ଦକ୍ଷିଣ ଚୀନ୍ ସାଗର ଉପରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଘୂର୍ଣ୍ଣିଝଡ଼ ଏବେ ଭୟଙ୍କର ରୂପ ନେଇଛି। ଏହାର ନାମ ରଖାଯାଇଛି ପାବୁକ।ଏହା ଏବେ ଆହୁରି ଭୟଙ୍କର ରୂପ ନେଇ ଜାନୁଆରୀ ୫ ସୁଦ୍ଧା ଆଣ୍ଡାମାନ ସାଗରରେ ପହଞ୍ଚିବ। ଏହା ଠାରୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ୬ ଜାନୁଆରୀ ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ସମଗ୍ର ଆଣ୍ଡାମାନ ଦ୍ୱୀପପୁଞ୍ଜ ଉପରେ ପହଞ୍ଚିବ।ଏହା ଏବେ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟରଠାରୁ ୧୫ଶହ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଦକ୍ଷିଣ ଚୀନ ସାଗରରେ କେନ୍ଦ୍ରୀଭୂତ ହୋଇ ରହିଛି । ଏହା ଧୀରେ ଧୀରେ ବଙ୍ଗୋପସାଗର ଆଡକୁ ଅଗ୍ରଗତି କରୁଛି ।
ଏହି ବାତ୍ୟା ପ୍ରଭାବରେ ଆସନ୍ତା କାଲିଠାରୁ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ । ଏହାକୁ ଦୃଷ୍ଟିରେ ରଖି ଆଣ୍ଡାମାନ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଏହା ପରେ ୭-୮ ତାରିଖ ଆଡକୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ବାଂଲାଦେଶ ଓ ମିଆଁମାର ଆଡକୁ ଗତି କରିବାର ସମ୍ଭାବନା ରହିଛି । ତେବେ ଏହା ଓଡ଼ିଶା ଉପକୂଳଆଡକୁ ଆସିବା ସମ୍ଭାବନା କମ ବୋଲି ପାଣିପାଗ ବିଭାଗ କହିଛି ।
Your article has answered the question I was wondering about! I would like to write a thesis on this subject, but I would like you to give your opinion once 😀 baccarat online