ପୁରୀ:(ସମୀର ରଞ୍ଜନ ନାୟକ) ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗିଥିବାବେଳେ, ଜଣେ ପୋଲିସ ଅଧିକାରୀ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। କଟକଣା ଭାଙ୍ଗି ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧିକାରୀ ଓ ତାଙ୍କ ପରିବାର ଲୋକେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଥିବା ସୂଚନା ମିଳିଛି।ଲକ୍ଡାଉନ୍ ଯୋଗୁଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗିଛି।
ତେବେ ଏହି କଡ଼ା କଟକଣା ଓ ସୁରକ୍ଷା ବଳୟକୁ ଭେଦ କରି ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧିକାରୀ ଦୀପକ କୁମାର ଜେନା ନିଜ ପରିବାର ସହ ଶ୍ରୀମନ୍ଦିରକୁ ପ୍ରବେଶ କରିଛନ୍ତି । କଡ଼ା ପହରା ସତ୍ତ୍ବେ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ ସାରି ଫେରିଲା ବେଳେ ଦକ୍ଷିଣଦ୍ବାରରେ ମୁତୟନ ପୁଲିସ ହାତରେ ଧରା ପଡ଼ିଛନ୍ତି।