ଭୁବନେଶ୍ୱର ୦୬।୦୫: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିବାର ଲାଗିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇସାରିଛନ୍ତି । ବୁଧବାର ମଧ୍ୟାହ୍ନ ସମୟରେ ରାଜ୍ୟରେ ଦୁଇ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଓ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି ।ଯାଜପୁର ରେ ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୫୫ ରେ ପହଞ୍ଚିଛି ।ଜଣେ ସୁସ୍ଥ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ବର୍ତ୍ତମାନ ସୁଦ୍ଧା ୪୭୪୫୪ ନମୁନା ପରୀକ୍ଷା ହୋଇଥିବାବେଳେ ୧୮୦ ପଜିଟିଭ ଚିହ୍ନଟ ହୋଇଛନ୍ତି | ଏମାନଙ୍କ ମଧ୍ୟରୁ ୧୧୭ ଜଣ ସକ୍ରିୟ ଚିକିତ୍ସିତ ହେଉଛନ୍ତି। ସେହିପରି ୬୧ ଜଣ ସୁସ୍ଥ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି
