ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ୩୦ଜଣଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମର, ୫ ଜଣ କେନ୍ଦ୍ରାପଡ଼ାର, ୨ଜଣ ଭଦ୍ରକର, ୨ଜଣ ବାଲେଶ୍ୱର ଓ ନୟାଗଡ଼ରୁ ଜଣେ ଲେଖାଏଁ ଥିବା ଜଣାଯାଇଛି। ଏହା ଫଳରେ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ରାଜ୍ୟରେ ଆଜି ପୁଣି ୧୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୩୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଭଦ୍ରକ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ବାଲେଶ୍ବର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧାରୁ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
କଟକ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ୨ ନୟାଗଡ଼ ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମ ଜିଲ୍ଲାରୁ କେହି କରୋନା ପଜିଟିଭ୍ ଚିହ୍ନଟ ହୋଇନାହାନ୍ତିଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୬୬ ଥିବା ବେଳେ ୫ଜଣଙ୍କର ମୃତ୍ୟୁ ଘଟିଛି।ଆଜି ଚିହ୍ନଟ ୧୦୨ ପଜିଟିଭ ମଧ୍ୟରୁ ଭୁବନେଶ୍ୱରର ଦୁଇ ଜଣ ଅଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଦୁଇ ଜଣଯାକ ଲୋକାଲ କେସ୍ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଗତକାଲି ୩ ଆକ୍ରାନ୍ତ ସୁସ୍ଥ ହେବା ପରେ ଭୁବନେଶ୍ୱର କରୋନା ମୁକ୍ତ ଘୋଷଣା ହୋଇଥିଲା ।