ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୫୩ ଆକ୍ରାନ୍ତ ସୁସ୍ଥ ହେବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୨୦୦ରେ ପହଞ୍ଚିଛି।ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୧୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Another 153 #COVID19 patients have recovered and are being discharged on 19.6.2020.
43 from Cuttack
21 from Jagatsinghpur
18 from Kandhamal
12 from Khurdha
11 from Bhadrak
9 from Gajapati
7 from Kalahandi5 each from Balasore, Debagarh, Ganjam, Mayurbhanj and Sundergarh
— H & FW Dept Odisha (@HFWOdisha) June 19, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଆଜି ଆଜି ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଟକରୁ ୪୩ ଜଣ, ଜଗତସିଂହପୁରରୁ ୨୧, କନ୍ଧମାଳରୁ ୧୮, ଖୋର୍ଦ୍ଧା ରୁ ୧୨, ଭଦ୍ରକରୁ ୧୧, ଗଜପତିରୁ ୯ ଓ କଳାହାଣ୍ଡିରୁ ୭ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ବାଲେଶ୍ବର, ଦେବଗଡ, ଗଞ୍ଜାମ, ମୟୂରଭଞ୍ଜ ଏବଂ ସୁନ୍ଦରଗଡରୁ ୫ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।ଆଜି ସକାଳେ ରାଜ୍ୟରେ ଆଉ ୧୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୧୬୫ ଜଣ କ୍ଵାରେଣ୍ଟାଇନ ସେଣ୍ଟର ରୁ ଚିହ୍ନଟ ହୋଇତଛନ୍ତି । ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୫ ରହିଛି। ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୬୦୭ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୪୬୭୭ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି।ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।