Breaking News
7:44 amଛେଳି କୃତ୍ରିମ ପ୍ରଜନନ କାର୍ଯ୍ୟକାରୀରେ ଦେଶରେ ଓଡ଼ିଶା ପ୍ରଥମ ପ୍ରାୟ ୧ ଲକ୍ଷ ୫୦ ହଜାର ଛେଳିଙ୍କ କୃତ୍ରିମ ପ୍ରଜନନ ଲକ୍ଷ୍ୟ 7:35 amଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା: ପୁଲିସ ନିଷ୍କ୍ରିୟ‌; ହାଇକୋର୍ଟ କ୍ଷୁବ୍ଧ ଇନ୍‌ଫୋସିଟି ଥାନା ଆଇଆଇସିଙ୍କୁ ବର୍ଷେ ଯାଏ ଫିଲ୍ଡ ପୋ‌ଷ୍ଟିଂ ମନା 7:32 amପଦ୍ମପୁର ଉପନିର୍ବାଚନରେ ବିଜୟୀ ପରେ ନବୀନ ନିବାସରେ ବର୍ଷା ସିଂ ବରିହା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଦଳୀୟ ନେତାଙ୍କ ସହିତ ପହଞ୍ଚିଲେ ବର୍ଷା। ବର୍ଷାଙ୍କ ସହିତ ପଶ୍ଚିମ ଓଡ଼ିଶାର ଅନେକ ନେତା ଉପସ୍ଥିତ 9:27 pmରାଜନୀତି ବାହାନାରେ ଯଦି ମହିଳାମାନଙ୍କୁ ଅସମ୍ମାନ କରାଯିବ ଓଡ଼ିଶାବାସୀ ସମର୍ଥନ କରିବେ ନାହିଁ: ନବୀନ ପଟ୍ଟନାୟକ 9:25 amକଟକ ଖାନନଗର ପାର୍କ ନିକଟରେ ଆଜି ସକାଳେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଠାବ,ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା ଅନୁମାନ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା,ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ

544 0

ଭୁବନେଶ୍ବର :ସାରା ଦେଶରେ କୋଭିଡ ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା ।

ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ।

ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ,ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Related Post

ନିୟମକୁ ବେଖାତିର, ୪୦୪ଜଣଙ୍କ ନାଁରେ ମାମଲା ରୁଜୁ,ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ନିୟମ କଡାକଡ଼ି

Posted by - March 26, 2020 481
ଭୁବନେଶ୍ୱର: କରୋନାକୁ ନେଇ ଆଜିବି ଅନେକ ଲୋକ ଲକଡାଉନ ନିୟମକୁ ଉଲ୍ଲଂଘନ କରିଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ…

ବିଜେପି ନୀଳଗିରି ପକ୍ଷରୁ ପ୍ରେସ ବାର୍ତ୍ତା ର କଡ଼ା ଜବାବ ରଖିଲେ ‘ଶକ୍ତି ମୀରା’

Posted by - July 3, 2021 0
ନୀଳଗିରି:(ସୌମ୍ୟାସାଇ ବାରିକ)ବିଜେପି ନୀଳଗିରି ପକ୍ଷରୁ, ତା ୨/୦୭/୨୦୨୧ ରିଖ ରେ ଦିଆ ଯାଇଥିବା ବିବୃତି, ସମ୍ପୂର୍ଣ୍ଣ ମିଥ୍ୟା କପୋଳ କଳ୍ପିତ ଓ ରାଜନୈତିକ ଅଭିସନ୍ଧି ମୂଳକ ବୋଲି…

ବାତ୍ୟା ୟାସ୍ ପାଇଁ ଯାଜପୁର ଜିଲ୍ଲା ବରୀ ବ୍ଲକ ପ୍ରଶାଶନ ସ୍ଥାନାନ୍ତିତ ପ୍ରକ୍ରିୟା

Posted by - May 25, 2021 0
ବରୀ:(ସ୍ନେହାଂଶୁ ଶେଖର ମହାନ୍ତି)ବାତ୍ୟା ୟାସ୍ ପାଇଁ ଯାଜପୁର ଜିଲ୍ଲା ବରୀ ବ୍ଲକ ପ୍ରଶାଶନ ସ୍ଥାନାନ୍ତିତ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ।ରତ୍ନଗିରି , ଗମୁ , ବାଲିବିଲି ,…

ଟିଟିଲାଗଡରେ ୨୨ ତମ ଶୀତଳଷଷ୍ଠୀ, ହାଟପଦା ପଡ଼ା ପ୍ରହରୀ ମଣ୍ଡପରେ ପହଞ୍ଚିଲେ ବରଯାତ୍ରୀ, ଶିବ ବିବାହ ସମ୍ପର୍ଣ୍ଣ

Posted by - June 5, 2022 0
ଟିଟିଲାଗଡ :(ସଞ୍ଜୟ କୁମାର ନାୟକ) ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡରେ ୨୨ ତମ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶନିବାର ପ୍ରଭୁ ଧବଳେଶ୍ଵରଙ୍କ ମନ୍ଦିରରୁ…