ଆଜି ପୂର୍ବତନ ମନ୍ତ୍ରୀ ତଥା ପାଟକୁରା ବିଜେଡି ବିଧାୟକ ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ ।ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା।
ବେଦ ପ୍ରକାଶ ଦୀର୍ଘ ଦିନରୁ ଅସୁସ୍ଥ ଥିଲେ। ସେ ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ଟିକେଟ୍ରେ ୨୦୦୯ ଓ ୨୦୧୪ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବେଳେ କେନ୍ଦ୍ରାପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଥର ବି ବିଜେଡି ତାଙ୍କୁ ପାଟକୁରାରୁ ପ୍ରାର୍ଥୀ କରିଥିଲା।
Facebook Notice for EU!
You need to login to view and post FB Comments!