ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଦ୍ଵାଦଶ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି ଏବଂ ଉପଜିଲାପାଳ ଶରତ ଚନ୍ଦ୍ର ମହାପାତ୍ର ଯୋଗ ଦେଇ ଭୋଟର ଦିବସ ର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିଲା।
ଆଗକୁ ପଂଚାୟତ ନିର୍ବାଚନ ଆସୁଥିବା ବେଳେ ଏଥିରେ ଅଧିକ ସଂଖ୍ୟକ ଭୋଟର ସାମିଲ ହେବା ପାଇଁ ଅଧିକ ସଚେତନ କରିବା ପାଇଁ ପରାମର୍ଶ ଦିଆଯାଇଥିଲା। ଏହି ଅବସରରେ ଏକ ରଥ ର ଶୁଭାରମ୍ଭ କରାଯିବା ସହିତ ବୁଥ ଲେଭଲ ଅଧିକାରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।