ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜିଲାପାଳ ଙ୍କ ସମ୍ମିଳନୀ କକ୍ଷରେ ବାଲ୍ୟ ବିବାହ ନିରୋଧୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ମିହିର ପ୍ରସାଦ ମହାନ୍ତି,ଜିଲା ପରିଷଦ ପ୍ରକଳ୍ପ ନିର୍ଦ୍ଦେଶକ ଅଶୋକ ବେହୁରିଆ, ସୁରେନ୍ଦ୍ର ଦିଗାଲ ଯୋଗ ଦେଇ ବାଲ୍ୟ ବିବାହ ପ୍ରଥା କୁ ସମ୍ପୂର୍ଣ୍ଣ ବନ୍ଦ ପାଇଁ ସମସ୍ତଙ୍କ ଉଦ୍ୟମ ଆବଶ୍ୟକ।
ଏଥିପାଇଁ ରହିଥିବା ଅନେକ ଆଇନ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଯାଜପୁର ଜିଲ୍ଲାର ସୁକିନ୍ଦା ଅଞ୍ଚଳ ରେ ଏହି ବାଲ୍ୟ ବିବାହ କାର୍ଯ୍ୟ ହେଉଥିବା ନେଇ ଉଦବେଗ ପ୍ରକାଶ ପାଇଥିଲା। ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।