ଭୁବନେଶ୍ୱର : ୨୦୧୯ ସାଧାରଣ ନିର୍ବାଚନ ପରେ ବିଜେଡିର ଉତ୍ତରାଧିକାରୀ କିଏ ହେବ ତାକୁ ନେଇ ନାନାଦି ଚର୍ଚ୍ଚା ଲାଗି ରହିଥିବାବେଳେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ପୁଣିଥରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ତାଙ୍କର ଉତ୍ତରାଧିକାରୀ କିଏ ହେବ ତାହା ଓଡ଼ିଶାବାସୀ ଚୟନ କରିବେ। ନିଜର ଉତ୍ତରାଧିକାରୀ ବାଛିବାରେ ସେ ବିଶ୍ୱାସ କରନ୍ତି ନାହିଁ ବୋଲି କହିଛନ୍ତି।
