୧୫ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

56 0

ନୂଆଦିଲ୍ଲୀ: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । କାର୍ଯ୍ୟସୂଚନୀ ଅନୁଯାୟୀ ନିର୍ଦ୍ଧାରିତ ସମୟ ପୂର୍ବାହ୍ଣ ପ୍ରାୟ ୧୦ଟା ୧୪ ମିନିଟ୍‌ରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି । ସଂସଦର କେନ୍ଦ୍ରୀୟ ହଲ୍‌ରେ ଆୟୋଜିତ ଉତ୍ସବରେ ଦ୍ରୌପଦୀଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମଣା ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବରେ ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବାଚସ୍ପତି ଓମ୍ ବିର୍ଲା, କେନ୍ଦ୍ର ମନ୍ତ୍ରୀ ପରିଷଦର ସଦସ୍ୟ, ସମସ୍ତ ସାଂସଦ, ସମସ୍ତ ରାଜ୍ୟର ରାଜ୍ୟପାଳ,  ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ଯୋଗ ଦେଇଛନ୍ତି ।

ଏଥିପାଇଁ ରାଜଧାନୀ ଦିଲ୍ଲୀ ଏବେ ଚଳଚଞ୍ଚଳ ରହିବା ସହିତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶପଥ ଗ୍ରହଣ ଉତ୍ସବ ଶେଷ​‌ରେ ଶ୍ରୀମତୀ ମୁର୍ମୁ ରାଷ୍ଟ୍ରପତି ଭବନ ଅଭିମୁଖେ ଯାତ୍ରା କରିବେ । ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପୂର୍ବରୁ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ତିନି ସେନା ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ଗୁରୁବାର ଶ୍ରୀମତୀ ମୁର୍ମୁ ତାଙ୍କ ପ୍ରତିଦ୍ବନ୍ଦ୍ବୀ ଯଶୋବନ୍ତ ସିହ୍ନାଙ୍କୁ ପରାସ୍ତ କରି ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ।

Related Post

ଅଭିନେତା ମିହିର ଦାସଙ୍କ ୬୩ ବର୍ଷ ବୟସରେ ପରଲୋକ,ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

Posted by - January 11, 2022 0
ଭୁବନେଶ୍ବର :ବରିଷ୍ଠ ସିନେ ଅଭିନେତା ମିହିର ଦାସଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ୬୩ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ଅସୁସ୍ଥତା ଯୋଗୁ ସେ କଟକର…

ରୋଗୀଙ୍କୁ ଡାକ୍ତରଙ୍କ ଆକ୍ରମଣ ଭିଡିଓ ଭାଇରାଲ

Posted by - March 14, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ଚିକିତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତର ଙ୍କ ନିସ୍ତୁକ ମାଡ ମାରିବା ଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା…

ଟିଉସନ ସାର ଫେରାର ହେବା ଘଟଣା ୨ନାବାଳିକା ଛାତ୍ରୀ ସମ୍ବଲପୁର ରୁ ଉଦ୍ଧାର

Posted by - December 22, 2021 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ)ଭୁବନେଶ୍ୱର ବଡଗଡ଼ ଅଞ୍ଚଳ ର ୨ ନାବାଳିକା ଛାତ୍ରୀ ଙ୍କୁ ନେଇ ଟିଉସନ ସାର ଫେରାର ହେବା ଘଟଣା। ସମ୍ବଲପୁର ଅଇଁଠାପାଲି ଥାନା ପୋଲିସ ସମ୍ପୃକ୍ତ…

ଓଡ଼ିଶାରେ ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଫେବୃୟାରୀ ୧୬ ରୁ ୫ଟି ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ

Posted by - January 11, 2022 0
ଭୁବନେଶ୍ୱର:( ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ସହ ରାଜ୍ୟ ନିର୍ବାଚନ କମିଶନ ଜାନୁଆରୀ ୧୧ ତାରିଖ…

ଚାଷୀ ଏଣିକି ଅନଲାଇନରେ ବିକ୍ରି କରିପାରିବେ ଫଳ ପନିପରିବା

Posted by - April 21, 2020 0
ଭୁବନେଶ୍ୱର: କୃଷି ଭିତ୍ତିକ ଦ୍ରବ୍ୟ ଲକ୍‌ଡାଉନ ସମୟରେ ଯେପରି ବଜାରରେ ପହଞ୍ଚି ପାରିବ, ସେଥିପାଇଁ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହି କ୍ରମରେ କୃଷି ଓ…