ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

81 0

ସୋନପୁର:(ଅଜିତ କୁମାର ପୂଜହାରୀ) ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫0 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୨ ଗୋଟି ଓ ସାମୁହିକ ଦରଖାସ୍ତ 0୮ଗୋଟି ରହିଛି l ଗ୍ରହଣ କରାଯାଇଥିବା ୫0 ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୩୮ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୨ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଶିବିରରେ ସିଏମ ଆର ଏଫ ସହାୟତା ନିମନ୍ତେ ଗୋଟିଏ ଦରଖାସ୍ତ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି lଏହି କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତି ରହିଥିଲେ l

Related Post

ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତା ରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

Posted by - December 19, 2021 0
ନବରଙ୍ଗପୁର :(ବେଣୁ ଗୋପାଳ ରାଓ )ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ନବରଙ୍ଗପୁର ଜିଲ୍ଲାପାଳ ଙ୍କ ଅଶୋକ…

ଯୁଯୋମୁରା କାର୍ଯ୍ଯକର୍ତ୍ତାଙ୍କ ସମ୍ବିଳନିରେ କେନ୍ଦ୍ର ମନ୍ତ୍ରୀ

Posted by - June 5, 2022 0
ସମ୍ବଲପୁର:(ରମାକାନ୍ତ ବିଶ୍ବାଳ) ଯୁଯୋମୁରା ଠାରେ ଅନୁଷ୍ଠିତ କାର୍ଯ୍ଯକର୍ତ୍ତାଙ୍କ ସମ୍ବିଳନିରେ ଯୋଗଦାନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପଧାନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଶୁସାସନ ର…

ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

Posted by - September 8, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ଓଡିଶା ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିର ତିନି ଜଣିଆ ପ୍ରତିନିଧି ମଣ୍ଡଳୀ କମିଟିର ଅଧ୍ୟକ୍ଷ ତଥା ବରିଷ୍ଠ ବିଧାୟକ ଶ୍ରୀଯୁକ୍ତ ନରସିଂହ ମିଶ୍ର ଙ୍କ ନେତୃତ୍ୱରେ…

ଋଷିଆ ଏବଂ ୟୁକେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ପାଇଁ ଛାତ୍ରଛାତ୍ରୀ ମାନଙ୍କ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

Posted by - March 4, 2022 0
ଭୁବନେଶ୍ବର:ଋଷିଆ ଏବଂ ୟୁକେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱକୁ ଚିନ୍ତାରେ ପକାଇଛି । ଏହି ଯୁଦ୍ଧରେ ହଜାର ହଜାର ଲୋକ ମୃତ୍ୟୁବରଣ କରିସାରିଛନ୍ତି । ଆମେରିକା…