ଯାଜପୁର ଟାଉନ:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା ଆଜି ଠାରୁ ଆରମ୍ଭ ହୋଇଛି । ମା’ ବିରଜାଙ୍କର ନବଦିବସୀୟ ରଥଯାତ୍ରା ପାଇଁ ଉତ୍ସବ ମୁଖର ସମଗ୍ର ଅଂଚଳ । ପାରମ୍ପରିକ ଋତି ନିତି ଅନୁଯାୟୀ ରଥ ପୂଜା ଆରମ୍ଭ ହେବା ପରେ ରଥପ୍ରତିଷ୍ଠା କରାଯାଇଥିଲା । ଏହାପରେ ମାଙ୍କ ଚଳନ୍ତି ପ୍ରତିମାଙ୍କୁ ରଥାରୁଢ଼ କରାଯାଇ ରଥା ଟଣା ଯାଇଥିଲା । ଆସନ୍ତାକାଲି ଠାରୁ ୮ଦିନ ଯାଏ ପ୍ରତ୍ୟେହ ସଂଧ୍ୟାରେ ରଥ ମନ୍ଦୀରର ବେଢ଼ା ପରିକ୍ରମା କରିବ ।
ବିଶ୍ୱାସ ରହିଛି ଏହି ନଅଦିନ ଧରି ଚାଲିଥିବା ପୂଜା ସମୟରେ ମାଙ୍କ ମୁଖ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ରଥରେ ମାଙ୍କୁ ଦର୍ଶନ କରିବା ପାଇଁ ଶ୍ରଦ୍ଦାଳୁଙ୍କ ଭିଡ ଜମିଛି । ଏହି ରଥ ଟଣା ଦେଖିବା ପାଇଁ ବହୁ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଥିଲା ।
ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡକୁ ଲକ୍ଷ୍ୟ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ମା ବିରାଜାଙ୍କ ଶାରଦୀୟ ଉତ୍ସବ କୁ ଶାନ୍ତି ଶୃଙ୍ଖଳା ରେ ସାରିବାକୁ ମନ୍ଦିର ପ୍ରଶାସନ ପ୍ରସ୍ତୁତ ଥିବା କହିଛନ୍ତି ମନ୍ଦିର ଟ୍ରଷ୍ଟି ତଥା ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ଧଳ। ଦେେ