Breaking News
7:32 amପୁରୀ: ଶ୍ରୀମନ୍ଦିରର ନୀଳଚକ୍ର ଯାଏଁ ଚଢ଼ିଗଲେ ପୂଜକ । ନୀଳଚକ୍ର ଯାଏଁ ଚଢ଼ିଯାଇଥିବା ପୂଜକ ଜଣକ ଅଗ୍ନିଶ୍ଚର ମହାଦେବ ମନ୍ଦିରର ହୋଇଥିବା ଜଣାପଡ଼ିଛି । ତାଙ୍କ ନାଁ ଚନ୍ଦ୍ରଶେଖର ପଣ୍ଡା 7:30 amନୟାଗଡ଼: ଦଶପଲ୍ଲାର ଗୋଡ଼ିବିଡା ଓ ଅଭୟପୁର ମଧ୍ୟରେ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟିଲା। ବ୍ୟାଙ୍କ ମ୍ୟାନେଜର ମୃତ। ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା କାଳେଶ୍ୱର ନାମକ ବସ୍‌ 7:29 amଭୁବନେଶ୍ବର: ଟ୍ରେନ୍‌ଲାଇନକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ବାପୁଜୀନଗର ଟ୍ରେନ୍‌ଲାଇନକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା। ଯୁବକ ଜଣକ ହେଉଛନ୍ତି କେଦାରପଲି ବସ୍ତି ଅଞ୍ଚଳର, ଘଟଣା ସ୍ଥଳରେ ଜିଆରପି ପୋଲିସ ପହଂଚି ମୃତ ଦେହ ଜବତ କରି ତଦନ୍ତ କରୁଛି 7:16 amସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ମୟୂରଭଞ୍ଜ ଜିଲ୍ଲାରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା 8:34 amପୁରୀ: ଦଶହରାରେ ଖଣ୍ଡା ଦେଖାଇ ଦାଦାବଟି ଆକାରରେ ଦୁର୍ଗାପୂଜା ଖର୍ଚ୍ଚ ଦାବି କରିଥିବା ୪ ଅଭିଯୁକ୍ତ ବାସେଳିସାହି ଥାନା ପୁଲିସ ଦ୍ବାରା ଗିରଫ

ସୁବର୍ଣ୍ଣପୁର ରେ ୭୬ ତମ ସ୍ଵାଧୀନତା ଦିବସ ପାଳିତ

30 0

ସୋନପୁର:(ଅଜିତ କୁମାର ପୂଜାହାରୀ) ସୁବର୍ଣ୍ଣପୁରରେ ହର୍ଷୋଲ୍ଲାସର ସହିତ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି I ଜିଲ୍ଲା ସ୍ତରୀୟ ଉତ୍ସବର ମୁଖ୍ୟଅତିଥି ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଝାରୀ ରିଜର୍ଭ ପୋଲିସ୍ ପଡିଆରେ ଦେଶର ଗର୍ବ ଓ ଗୌରବର ଜାତୀୟ ପତାକା ଉତ୍ତୋଳନ ପୂର୍ବକ ଅଭିବାଦନ ଗ୍ରହଣ କରି ଜିଲ୍ଲାବାସୀ ଙ୍କ ଉଦେଶ୍ୟରେ ସମ୍ବୋଧନ କରିଥିଲେ l ସେ ତାଙ୍କ ବକ୍ତବ୍ୟରେ ସୁବର୍ଣ୍ଣପୁର ଜିଲ୍ଲାର ଇତିହାସ , ସଂସ୍କୃତିର ଭୂୟସୀ ପ୍ରଶଂସା କରି ପ୍ରଜାମଣ୍ଡଳ ଆନ୍ଦୋଳନ ତଥା ଭାରତର ସ୍ଵାଧୀନତା ସଂଗ୍ରାମରେ ଏଠାକାର ବରପୁତ୍ରମାନଙ୍କ ଯୋଗଦାନ ର ସ୍ମୃତି ଚାରଣ କରି ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I କରୋନା କଟକଣା ରେ ଆୟୋଜିତ ସମ୍ମିଳିତ ପ୍ୟାରେଡ଼ରେ କେବଳ ଆରକ୍ଷୀ ବାହିନୀ ଗୋଟିଏ ପ୍ଲାଟୁନ୍ ଓ ପୋଲିସ ବ୍ୟାଣ୍ଡ ପାର୍ଟି ପ୍ୟାରେଡ୍ ରେ ଅଂଶଗ୍ରହଣ କରିଥିଲେ I

ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ପ୍ରମୁଖ ମଞ୍ଚରେ ଉପସ୍ଥିତ ରହି ଜାତୀୟ ପତାକାକୁ ସମ୍ମାନ ପ୍ରଦର୍ଶନ କରିଥିଲେ l ଏହାପରେ ଅତିଥି ଗଣ ପ୍ୟାରେଡ ପଡ଼ିଆରେ ବୃକ୍ଷ ରୋପଣ କରିଥିଲେ l ଅବିରତ ପ୍ରବଳ ବର୍ଷା ସତ୍ତ୍ବେ ପୂର୍ବ ନିର୍ଦ୍ଧାରିତ ସମୟରେ ସମସ୍ତ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଥିଲା l ଏହାପରେ ମନ୍ତ୍ରୀ ବୀରମହାରାଜପୁର ୫ଟି ବାଳିକା ଉଚ୍ଚବିଦ୍ୟାଳୟ ପରିଦର୍ଶନ କରିଥିଲେ l ଦିବସ ପରିପ୍ରେକ୍ଷୀରେ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟରେ ଭୋର୍ ରେ ସହରରେ ରାମଧୁନ ପରିବେଷଣ ସହିତ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା l ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଏବଂ ଉପ ଜିଲ୍ଲାପାଳ ସୋନପୁର ଡଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ସ୍ଥାନୀୟ କୁଷ୍ଠା ଶ୍ରମ ର ଅନ୍ତେବାସୀ ମାନଙ୍କୁ ଖାଦ୍ୟ ଓ ବସ୍ତ୍ର ଦାନ କରିଥିଲେ l

Related Post

ମୃତ ବନରକ୍ଷୀଙ୍କ ପରିବାରକୁ ବୌଦ୍ଧ ବନଖଣ୍ଡ ତରଫରୁ ଆର୍ଥିକ ସହାୟତା

Posted by - June 22, 2021 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂ): ବୌଦ୍ଧ ବନଖଣ୍ଡରେ ବନରକ୍ଷୀ ହିସାବରେ ୨୦୧୨ ଅପ୍ରେଲ ୧୯ ରିଖରେ ଯୋଗଦାନ କରି ରାଣୀସାହି, ସାତଖଣ୍ଡ, ନାଦେନ ଓ ରାୟିକଟା ବିଟ ମାନଙ୍କରେ ସୂଚାରୁ…

ଯାଜପୁର ପୌରପାଳିକାକୁ ସରସ ସୁନ୍ଦର ଓ ପ୍ରଦ୍ୟୁଷଣ ମୁକ୍ତ କରିବା ପାଇଁ ବୈଠକ ଅନୁଷ୍ଠିତ

Posted by - March 5, 2022 0
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ପୌରପାଳିକାକୁ ସରସ ସୁନ୍ଦର ଓ ପ୍ରଦ୍ୟୁଷଣ ମୁକ୍ତ କରିବା ପାଇଁ ପୌରପାଳିକା ର ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ…

କଳାହାଣ୍ଡି ଲେଖିକା ସଂଘର ବୈଠକ

Posted by - June 21, 2022 0
ଭବାନୀପାଟଣା:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଲେଖକ କଳା ପରିଷଦଠାରେ କଳାହାଣ୍ଡି ଲେଖିକା ସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।…

ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଶିକ୍ଷକ ପର୍ବ ୨୦୨୧ ପାଳିତ

Posted by - September 7, 2021 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂ) : ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ଶିକ୍ଷକ ପର୍ବ ୨୦୨୧ ପାଳିତ ହୋଇ ଯାଇଛି । ଏହି ଉପଲକ୍ଷେ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସମସ୍ତ…

ଜୀବନବିନ୍ଦୁ ଓ ରେଡକ୍ରସ ପକ୍ଷରୁ ମିଳିତ ଭାବେ ରକ୍ତଦାତା ଙ୍କୁ ଧନ୍ୟବାଦ କାର୍ଯ୍ୟକ୍ରମ

Posted by - January 1, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ବିରଜା କଲ୍ୟାଣ ମଣ୍ଡପ ପରିସରରେ ଜୀବନବିନ୍ଦୁ ଓ ରେଡକ୍ରସ ପକ୍ଷରୁ ମିଳିତ ଭାବେ ରକ୍ତଦାତା ଙ୍କୁ ଧନ୍ୟବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…