Breaking News
10:57 pmଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି; ବିଭିନ୍ନ ବର୍ଗରେ ଓଡ଼ିଶାରୁ ୩ ଜଣ ସାମିଲ 10:56 pmଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ଉ,୨ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ମହିଳା ଗିରଫ 10:54 pmପୁରୀ ଜିଲ୍ଲା ପରିଷଦ ଜୋନ ୧୧ର ସଦସ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା,ଖୋଲିବ ଗୁମର, ହଜିଲା ମୋବାଇଲ ଫୋନ୍‌ ମିଳିଲା 10:53 pmକୋରାପୁଟ: କୋଟିଆ ସୀମାନ୍ତ ଆନ୍ଧ୍ରପ୍ରଦେଶର ଜଙ୍ଗଲରେ ବୁଲୁଛି ବାଘ। ବନ ବିଭାଗ ପକ୍ଷରୁ ନିଆଯାଇଛି ଆବଶ୍ୟକ ପଦକ୍ଷେପ। କୋରାପୁଟ ଜିଲ୍ଲାପାଳଙ୍କ ସୂଚନା 10:52 pmକୋରାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ଜଲାପୁଟ ଗାଁ ନିକଟ ମାହାରାଗାଁ ଓ ପଲାମୁଗାଁ ନିକଟ ଜଙ୍ଗଲରେ ବିସ୍ଫୋରକ ସାମଗ୍ରୀ ଠାବ କରି ନିଷ୍କ୍ରିୟ କଲା ବିଏସଏଫ୍‌

ବୌଦ୍ଧରେ ଜାତୀୟ କ୍ରିଡା ଦିବସ ଅନୁଷ୍ଠିତ

29 0

ବୌଦ୍ଧ:୨୯ା୮:(ଅଦ୍ୟ ତା ୨୯.୦୮.୨୦୨୨ ରିଖ ସୋମବାର ଦିନ ବୌଦ୍ଧଠାରେ ଜାତୀୟ କ୍ରିଡା ଦିବସ ଅବସରରେ ଏକ ସଚେତନତା ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଥିଲା । ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ସବୁଜ ପତାକା ଦେଖାଇ ଏହି ରାଲିକୁ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା,ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର,ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ,ଜିଲ୍ଲା କ୍ରିଡା ସଂଘର ସଂପାଦକ ରବିନ୍ଦ୍ର କୁମାର ରାଉତ.ଜିଲ୍ଲା କ୍ରିଡା ଅଧିକାରୀ ପବିତ୍ର କୁମାର ରାଉତ,ଆଇପିଇ ଆନନ୍ଦ ବେହେରା ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କ୍ରିଡା ଶିକ୍ଷକ ମମତା ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ରାଲି ଜିଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି କୋର୍ଟଛକ ଦେଇ ଷ୍ଟାଡିୟମରେ ପହଞ୍ଚିଥିଲା । ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଏନଏସି ଓ ସ୍କାଉଟ ର ଛାତ୍ରଛାତ୍ରୀ ଏହି ରାଲିରେ ଅଂଶଗ୍ରହଣ କରିଥିଲେ । ଅପରାହ୍ନରେ ଆଇଆରବି ପଡିଆଠାରେ ବଲାଶିଙ୍ଗା ୫ମ ଆଇଆରବି ବାଟାଲିୟନ ଓ ବୌଦ୍ଧ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୁର୍ଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏଥିରେ ବୌଦ୍ଧ ଏକାଦଶ ବିଜୟୀ ହୋଇଥିଲା । ଆଇଆରବି କମାଣ୍ଡାଣ୍ଟ୍ ଦୁର୍ବାଶା ନାୟକ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିବା ସହିତ ଉତ୍ସାହିତ କରିଥିଲେ । ଏହି ଅବସରରେ ଡେପୁଟି କମାଣ୍ଡାଣ୍ଟ ଗୋପବନ୍ଧୁ ତ୍ରିପାଠୀ ଉପସ୍ଥିତ ଥିଲେ । ପରେ ପରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କ୍ରିଡା ପୁରସ୍କାର ମହୋତ୍ସବ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁଙ୍କ ସମେତ ସମସ୍ତ ଅଧିକାରୀ ଉପସ୍ଥିତ ରହି ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ ।

Related Post

ଫୁଟବଲ ମ୍ୟାଚ ଉଦଯାପନୀ ଦିବସରେ ଯୋଗଦେଲେ ଯୁବ ଓ କ୍ରୀଡ଼ା ବ୍ୟାପାର ମନ୍ତ୍ରୀ

Posted by - February 8, 2021 0
ନୀଳଗିରି:(ସୌମ୍ୟାସାଇ ବାରିକ) ନୀଳଗିରି ମିନି ଷ୍ଟାଡିୟମ ପରିସରରେ, ଏକ ଦୁଇଦିନିଆ ଜିଲ୍ଲା ସ୍ତରୀୟ ଫୁଟବଲ ମ୍ୟାଚ ଉଦଘାଟିତ ହୋଇଯାଇଛି। ବିଜେଡି ର ଯୁବ ନେତା ସବ୍ୟସାଚୀ ମହାପାତ୍ର ଓ…

ନୂତନବର୍ଷକୁ ସ୍ୱାଗତ କରିବାପାଇଁ ୨୦-୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

Posted by - December 26, 2021 0
ସମ୍ବଲପୁର::(ରମାକାନ୍ତ ବିଶ୍ବାଳ) ରେଙ୍ଗାଲିରେ ନବ ବର୍ଷକୁ ସ୍ୱାଗତ କରିବା ପାଇଁ ପ୍ରତିବର୍ଷଭଳି ଏ ବର୍ଷ ମଧ୍ୟ୍ୟ କୋଭିଡ ନିୟମ ପାଳନ କରି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜନ ହୋଇଯାଇଛି…

ପଞ୍ଚାୟତସ୍ଥରୀୟ ଫୂଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ କସିରା ଚାମ୍ପିୟନ,

Posted by - September 23, 2019 0
କେନ୍ଦୁଝର,୨୨/୯ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ପଞ୍ଚାୟତ ଆମୁଣି ଫୂଟବଲ ଆସୋସିଏସନ ଆନୁକୂଲ୍ୟରେ ଆୟୋଜିତ ଅଷ୍ଟମ ବାର୍ଷିକୀ ଫୂଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି।୩ଦିନ ଧରି ଅନୁଷ୍ଠିତ…

ରାଜ୍ୟସ୍ତରୀୟ ମା ଭୈରବୀ କପ ଫୁଟବଲ ଟୁର୍ନାମେଣ୍ଟ ୨୦୨୧ ପାଇଁ ପ୍ରସ୍ତୁତି ବୈଠକ

Posted by - November 22, 2021 0
ହରଭଙ୍ଗା:(ଚିତ୍ତରଞ୍ଜନ ସିଂ )ବୌଦ୍ଧ ଜିଲ୍ଲା ପୁରୁଣାକଟକ ଫୁଟବଲ ଆସୋସିଏସନ ଆନୁକୂଲ୍ୟରେ ଜିଲ୍ଲାର ସମ୍ମାନ ଜନକ ମା ଭୈରବୀ କପ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ 2021 ପାଇଁ ସ୍ଥାନୀୟ…