Breaking News
8:48 amକେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ, ୩ ଜଣ ପୂଜା କମିଟି ସଦସ୍ୟଙ୍କୁ ଗିରଫ କଲା ପୁଲିସ 8:45 amକେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ, ସମୀକ୍ଷା କରିବେ ରେଳ ପ୍ରକଳ୍ପ, 8:38 amଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ମଧୁବାବୁ ପେନ୍‌ସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀଙ୍କୁ ମିଳିବ ଏହି ସହାୟତା 8:36 amଅର୍ଚ୍ଚନା ମାମଲାରେ ଶ୍ରଦ୍ଧାଞ୍ଜଳି ଓ ଚନ୍ଦନଙ୍କୁ ଇଡିର ଜେରା। ୧୪ ଘଣ୍ଟାର ଜେରା ପରେ ଇଡି ଅଫିସରୁ ବାହାରିଲେ ଶ୍ରଦ୍ଧାଞ୍ଜଳି, ଚନ୍ଦନଙ୍କୁ ୯ ଘଣ୍ଟା ଜେରା କଲା ଇଡି 8:34 amଆଠଗଡ଼ ଥାନା ରାଜନଗର ନିକଟ ଡାଳଖାଇ ଠାକୁରାଣୀ ମନ୍ଦିର ନିକଟରେ ଚର୍ଚ୍ଚିତ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା,ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ବୌଦ୍ଧରେ ମେଗା ସ୍ୱଚ୍ଛ ଭାରତ ୨.୦ ଅନୁଷ୍ଠିତ

58 0

ହରଭଙ୍ଗା : (ଚିତ୍ତରଂଜନସିଂ) ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ମନ୍ତ୍ରଣାଳୟ ଅଧୀନସ୍ଥ ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ଆନୁକୂଲ୍ୟରେ ନେହେରୁ ଯୁବ କେନ୍ଦ୍ର କର୍ମକର୍ତ୍ତା ଆସମାନ ମହାକୁଡ଼ଙ୍କ ତତ୍ତ୍ୱାବଧାନରେ ଗାନ୍ଧିଜୀଙ୍କ ଜନ୍ମ ତିଥି ଅନୁସାରେ ଅକ୍ଟୋବର୧ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୩୧ ତାରିଖରେ ସମାପ୍ତ ହେବାକୁ ଥିବା ସ୍ୱଚ୍ଛ ଭାରତ ୨.୦ ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ ଜିଲ୍ଲା ସ୍ତରୀୟ ମେଗା ସ୍ୱଚ୍ଛ ଭାରତ ୨.୦ ଓ ପ୍ଲାଷ୍ଟିକ ସଂଗ୍ରହ ଅଭିଯାନ ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଯୁବ ରେଡ଼କ୍ରସର ଜିଲ୍ଲା ସମ୍ପାଦକ ପ୍ରବୀର କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଅବଗତ କରାଇବା ସହ ଯୁବ ବର୍ଗଙ୍କ ଏହି ମହନୀୟ କାର୍ଯ୍ୟକୁ ପ୍ରଶଂସା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବ୍ଲକରବିଭିନ୍ନ ଧର୍ମାନୁଷ୍ଠାନ, ଶିକ୍ଷାନୁଷ୍ଠାନ, ଗୋଷ୍ଠିକେନ୍ଦ୍ର, ସ୍ୱାସ୍ଥ୍ୟକେନ୍ଦ୍ର, ପର୍ଯ୍ୟଟନ ସ୍ଥଳୀ ପ୍ରଭୃତି ସ୍ଥାନ ଗୁଡିକରେ ସ୍ୱଚ୍ଛତା ରଖିବାକୁ କାର୍ଯ୍ୟକ୍ରମ ରହିଥିବାରୁ ଏହି ଆଧାରରେ ବୌଦ୍ଧ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର, ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ, ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ANM & GNM ମହାବିଦ୍ୟାଳୟ, ଜହ୍ନାପଙ୍କ ଗନ୍ଧରାଡ଼ି ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ଏବଂ ଜିଲ୍ଲାର ବିଭିନ୍ନ ପ୍ରାନ୍ତର ଯୁବକ ସଙ୍ଘ ମାନଙ୍କୁ ନେଇ ମେଗା ସ୍ୱଚ୍ଛ ଭାରତ ୨.୦ ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ , ସରକାରୀ ଶିଳ୍ପ ତାଲିମ କେନ୍ଦ୍ରର ଅଧ୍ୟକ୍ଷ ଅବିନାଶ ମିଶ୍ର ,ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧକ୍ଷ ରବୀନ୍ଦ୍ର ନାଥ ଗୁରୁ,ANM & GNM ମହାବିଦ୍ୟାଳୟ ଅଧ୍ୟକ୍ଷା ପ୍ରଜ୍ଞା ପରିମିତା , ଜହ୍ନାପଙ୍କ ଗନ୍ଧରାଡ଼ି ମହାବିଦ୍ୟାଳୟ ର କ୍ରୀଡ଼ା ଶିକ୍ଷକ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମକୁ ନେହରୁ ଯୁବ କେନ୍ଦ୍ରର କର୍ମକର୍ତ୍ତା ସୁଧିର ଦୀପ, ସୁପ୍ରିୟା ଦେହୁରୀ, ମନୋଜ ଭୋକ୍ତା, ପ୍ରବୀଣା କର୍ଣ୍ଣ, ଧରଣୀଧର ବିଭାର, ଯାଜ୍ଞସେନି ରଣା ସକ୍ରିୟ ସହଯୋଗ କରିଥିଲେ ।

Related Post

ଗ୍ରାମବାସୀଙ୍କ ଦ୍ବାରା ଉଦ୍ଧାର ହରିଣର ମୃତ୍ୟୁ

Posted by - April 7, 2020 380
କେନ୍ଦୁଝର: (ସୀତାରାମ ଦୀକ୍ଷିତ)କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଜଙ୍ଘିରା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମସିଣାବିଲା ଗ୍ରାମର ଲୋକମାନେ ଏକ ହରିଣକୁ ଉଦ୍ଧାର କରିଛନ୍ତି । ଖବର ଅନୁଯାୟୀ …

ହରଭଙ୍ଗା ବ୍ଳକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ

Posted by - July 12, 2022 0
ବୌଦ୍ଧ:(ଚିତ୍ତ ରଂଜନ ସିଂ) ହରଭଙ୍ଗା ବ୍ଳକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି।…

ଫକିର ପଟ୍ଟନାୟକ ସ୍ମୃତି କମିଟି ପକ୍ଷରୁ ଫକିର ସନ୍ଧ୍ୟା- ୨୦୨୨ ପାଳିତ

Posted by - May 30, 2022 0
ଭବାନୀପାଟଣା :(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ) କଳାହାଣ୍ଡି ଜିଲ୍ଲା ସ୍ଥିତ ଭବାନୀପାଟଣା ଫକିର ପଟ୍ଟନାୟକ କମିଟି ଓ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ,…

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ପରିଚାଳନା ବୈଠକ ଅନୁଷ୍ଠିତ

Posted by - October 21, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା ପରିଚାଳନା ବୈଠକ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଙ୍କ ଅଧ୍ୟକ୍ଷତା…