ଟିଟିଲାଗଡ଼ ଧବଳେଶ୍ଵର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

106 0

ଟିଟିଲାଗଡ଼  : (ସଞ୍ଜୟ କୁମାର ନାୟକ) ଶୁକ୍ରବାର ଦିନ ସ୍ଥାନୀୟ ଧବଳେଶ୍ବର ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାରଙ୍କ ଜଳ ସମ୍ପଦ, ବାଣିଜ୍ଯ ଓ ପରିବହନ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏବଂ ସମ୍ମାନୀୟ ଅତିଥି ଭାବେ ଟିଟିଲାଗଡ଼ ବ୍ଲକ ଅଧ୍ଯକ୍ଷା ଶ୍ରୀମତୀ ସଂଯୁକ୍ତା ନାୟକ, ସମ୍ମାନିତ ଅତିଥି ଭାବେ ଧବଳେଶ୍ଵର ବିଦ୍ୟାଳୟ ଟ୍ରଷ୍ଟର ସମ୍ପାଦକ ଶ୍ରୀଯୁକ୍ତ ରାମ ହରି ସାହୁ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଆର୍ତ୍ତତ୍ରାଣ ରଥ,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମର ଆବାହକ ଶ୍ରୀଯୁକ୍ତ ଅଭିରାମ ମାଝି,ଧବଳେଶ୍ଵର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିଲୋନି ବେହେରା ପ୍ରମୁଖ ମଞ୍ଚାସିନ ଥିଲେ l

କାର୍ଯ୍ୟକ୍ରମକୁ ସଠିକ୍ ରୂପେ ପରିଚାଳନା କରିବା ପାଇଁ ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ 14ଟି ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ଉପସ୍ଥିତ ଥିଲେ l ସର୍ବ ପ୍ରଥମେ ମାନ୍ୟବର ମନ୍ତ୍ରୀ ଦୀପ ପ୍ରଜ୍ବଳନ କରି ସଭାକୁ ଉଦଘାଟନ କରିଥିଲେ l ଏହାପରେ ସରକାରଙ୍କ ଆଦେଶ ଅନୁଯାୟୀ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା, ଅଂଶୀଦାର ଛାତ୍ରଛାତ୍ରୀ ମାନଙ୍କୁ କାର୍ଯ୍ୟକ୍ରମରେ ଭାଗ ନେବାକୁ ସୁଯୋଗ ପ୍ରଦାନ କରାଯିବl ସହିତ ପୁରସ୍କୃତ କରାଯାଇଥିଲା l ଏହି କାର୍ଯ୍ୟକ୍ରମକୁ ସଫଳ କରିଥିବାରୁ ଆଞ୍ଚଳିକ ସାଧନ କେନ୍ଦ୍ରର ସମସ୍ତ ସଂଯୋଜକ, ଧବଳେଶ୍ଵର ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଏବଂ ତାଙ୍କର ସହ ଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କୁ ପ୍ରଶଂସା କରାଯାଇଥିଲା l

Related Post

ବୀରମହାରାଜପୁର ରେ ଉପଖଣ୍ଡ ସ୍ତରୀୟ ବିଦ୍ୟୁତ ମହୋତ୍ସବ ପାଳନ

Posted by - July 30, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ) ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ସାରା ଦେଶରେ ଉଜ୍ୱଳ ଭାରତ-ଉଜ୍ଜ୍ଵଳ ଭବିଷ୍ୟତ କାର୍ଯ୍ୟକ୍ରମ ପାଳନ କରାଯାଉଛି । ଏହି କ୍ରମରେ ଆଜି…

ବରିଷ୍ଠ ସାମ୍ବାଦିକ ଅନିରୁଦ୍ଧ ସାମନ୍ତରାୟଙ୍କ ହୃଦଘାତରେ ପରଲୋକ

Posted by - January 1, 2020 48
ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଜିଲାର ବରିଷ୍ଠ ସାମ୍ବାଦିକ ଅନିରୁଦ୍ଧ ସାମନ୍ତରାୟଙ୍କ ହୃଦଘାତରେ ଗତକାଲି ବିଳମ୍ବିତ ରାତ୍ରିରେ ପରଲୋକ ଘଟିଛି । ସମ୍ବାଦ ସଂଗ୍ରହ କରିବାକୁ ଯାଉଥିବା…

ଖପ୍ରାଖୋଲରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଉଦଯାପିତ

Posted by - October 28, 2022 0
ଖପ୍ରାଖୋଲ : (ତାପସ ରଞ୍ଜନ ବେହେରା) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ସ୍ଥାନୀୟ ସ୍ତରୀୟ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

କୋଶଲ ରାଜ୍ୟ ଦାବିରେ ତେଜୁଛି ଆନ୍ଦୋଳନ , ଆସନ୍ତା ୨୯ରେ ଜାତୀୟ ରାଜପଥ ଅବରୋଧ

Posted by - July 26, 2022 0
ସୋନପୁର :(ଅଜିତ କୁମାର ପୂଜାହାରୀ) ସ୍ୱତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ଆନ୍ଦୋଳନ । ଏହାକୁ ଆହୁରି ତୀବ୍ରତର କରିବା…

ଭୈରବୀ ଡ଼ିଗ୍ରୀ ମହାବିଦ୍ୟାଳୟରେ ତାମାଖୁ ବର୍ଜନ କାର୍ଯ୍ୟକ୍ରମ

Posted by - March 17, 2022 0
ବୌଦ୍ଧ:(ଚିତ୍ତରଞ୍ଜନ ସିଂ): ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ଠାରେ ତମାଖୁ ବର୍ଜନ ସଚେତନତା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଛି ।ଜ଼ୀଲା ସ୍ୱାସ୍ଥ୍ୟ ବିଭାଗ…