ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

24 0

ସୋନପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୬ ଗୋଟି, ସାମୁହିକ ଦରଖାସ୍ତ 0୪ ଗୋଟି ଗ୍ରହଣ କରାଯାଇଛି l

ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର 0୫ ଗୋଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୨୫ ଟି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଶିବିରରେ ଗତ ଏକ ମାସ ମଧ୍ୟରେ ଡୁଙ୍ଗୁରିପାଲି ବ୍ଲକ ଅଞ୍ଚଳ ର ବିଭିନ୍ନ ସମସ୍ୟା ସମ୍ପର୍କିତ ବିଭିନ୍ନ ଖବର କାଗଜ ରେ ପ୍ରକାଶିତ ଖବର ଉପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ବିଭାଗୀୟ ପଦକ୍ଷେପ ସମ୍ୱନ୍ଧରେ ପଚାରି ବୁଝିବା ସହିତ ପ୍ରକାଶିତ ହେଉଥିବା ବିଭାଗ ସମ୍ପୃକ୍ତ ଖବର ଗୁଡିକୁ ଗୁରୁତ୍ୱର ସହ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ଶ୍ରୀମତୀ ନରୱଣେ l

ବି ଡି ଓ, ଶ୍ରୀ ତ୍ରିପୁର ମହାନନ୍ଦିଆ ଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଳା ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ନିହାର ରଞ୍ଜନ କଁହର,ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ଅହଲ୍ୟା ସାହୁ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ଳ

 

Related Post

ଖାକେସ୍ ଠାରେ କଳାହାଣ୍ଡି ପୋଲିସର ଜନ ସମ୍ପର୍କ ଶିବିର ଅନୁଷ୍ଠିତ

Posted by - March 27, 2022 0
କଳାହାଣ୍ଡି:(ନରେନ୍ଦ୍ର ନେଗୀ ଙ୍କ ସହ ଅର୍ଜୁନ ପଟ୍ଟନାୟକ)କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନାର ଗୁଣପୁର ଫାଣ୍ଡି ଅଧିନ ତଲାମପଦର ଖାକେସ୍ ଗ୍ରାମଠାରେ ପୋଲିସ ଜନ ସମ୍ପର୍କ ଶିବିର…

ଗଣପର୍ଵ ନୂଆଁଖାଇ ପାଇଁ ୩ ଦିନ ଛୁଟି ଘୋଷଣା କରିବା ପାଇଁ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

Posted by - August 25, 2022 0
ଟିଟିଲାଗଡ଼ :(ସଞ୍ଜୟ କୁମାର ନାୟକ) ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ପଶ୍ଚିମ ଓଡ଼ିଶା ଯୁବାମଞ୍ଚର ସଭାପତି ଜୟନ୍ତ କୁମାର ସାହୁଙ୍କ ନେତୃତ୍ୱରେ ଆଜି ରାଜ୍ୟ ସ୍ତରୀୟ ଭାଇ ଚାରାର…

ପୁଷ୍ପା ମଞ୍ଜରୀ ଜାଲ ଟିଟିଲାଗଡ ପୌରପରିଷଦ ଉପାଧ୍ୟକ୍ଷା ଭାବରେ ନିର୍ବାଚିତ

Posted by - April 8, 2022 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ଟିଟିଲାଗଡ ପୌରପରିଷଦର ଉପାଧ୍ୟକ୍ଷା ଭାବରେ ୱାର୍ଡ ନଂ ୦୧ ର ବିଜେଡି କାଉନସିଲର ପୁଷ୍ପା ମଞ୍ଜରୀ ଜାଲ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ ପୌର ପରିଷଦ…

ଟିଟିଲାଗଡ ଲାୟନ୍ସ କ୍ଲବ ତରଫରୁ ରଥଯାତ୍ରା ଉପଲକ୍ଷେ ପିଇବା ପାଣି ଓ ବୁନ୍ଦି ବଣ୍ଟନ

Posted by - July 2, 2022 0
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ) ଲାୟନ୍ସ କ୍ଲବ ସଦାବେଳେ ସାମାଜିକ କାର୍ଯ୍ୟକ୍ରମ ମାନଙ୍କରେ ଅଗ୍ରଣୀ ଭୂମିକା ତଥା ସେବା ଯୋଗାଇ ଦେବାକୁ ତତ୍ପର ରହି ବିଭିନ୍ନ ପ୍ରୋଜେକ୍ଟ ହାତକୁ…

ଓଡିଶା ଡ୍ରାଇଭର ମହାସଂଘ “ବୌଦ୍ଧ “ଦ୍ୱାରା ବିଶ୍ୱକର୍ମା ପୂଜା ପାଳିତ

Posted by - September 18, 2021 0
ବୌଦ୍ଧ:(ଚିତ୍ତ ରଂଜନ ସିଂ)ଆଜି ବିଶ୍ୱ ନିର୍ମାଣ କର୍ତ୍ତା ଶ୍ରୀ ଶ୍ରୀ ବିଶ୍ୱକର୍ମା ଙ୍କ ପୂଜା କୁ ବୌଦ୍ଧ ଜିଲ୍ଲା ଡ୍ରାଇଭର ମହାସଂଘ ମହା ଆନନ୍ଦ ରେ ପାଳନ…