ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜ଼ିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଗୌତମ ବୃଦ୍ଧ ସଂସ୍କୃତି ପରିସରରେ ଆଜି ଆନ୍ତଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜ଼ିଲ୍ଲାପାଳ ଦୁଃଖବନ୍ଧୁ ନାୟକ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ l
ଜ଼ିଲ୍ଲାପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଯାଜପୁର ମୁଖ୍ୟ ଚିକିତ୍ସା ଅଧିକାରୀ ଶିଵାଶିଷ ମହାରଣା ଯୋଗଦେଇ ଦିବ୍ୟାଙ୍ଗ ମାନଙ୍କ ରହିଥିବା ବିଭିନ୍ନ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ। ଏହି ଅବସରରେ କିଛି ଦିବ୍ୟାଙ୍ଗ ଛାତ୍ର ଛାତ୍ରୀ ଙ୍କୁ ଲାପଟପ ବଣ୍ଟନ କରାଯାଇଥିଲା।