ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧0 ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ 0୮ ଗୋଟି ଓ ସାମୁହିକ ଦରଖାସ୍ତ 0୨ ଗୋଟି ଗ୍ରହଣ କରାଯାଇଛି l 0୨ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l
ଏହି କାର୍ଯ୍ୟକ୍ରମ ବିଡିଓ, ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର , ଏସ ଇ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଡି ଏମ ଓ ଡ଼ଃ ପ୍ରଦୀପ କୁମାର ଗୁରୁ , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଳା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା , ଜିଲ୍ଳା କଲ୍ୟାଣ ଅଧିକାରୀ ପାଲାକା ରବୀନ୍ଦ୍ର, କାର୍ଯ୍ୟନିର୍ବାହୀ ଅଧିକାରୀ ପୌର ପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ ଙ୍କ ସହିତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l