Breaking News
5:31 pmଜୁନ ୩୦ ପର୍ଯ୍ୟନ୍ତ ବଢିଲା ପାନ୍-ଆଧାର ଲିଙ୍କ୍ ସମୟସୀମା 5:29 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା 5:26 pmଓଡ଼ିଶାରେ ୨୮ଟି ମହାବଳ ବାଘ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ 5:25 pmପୁରୀ-ଗୁଣୁପୁର ଟ୍ରେନ ଲାଇନଚ୍ୟୁତ। ପୁରୀ ଷ୍ଟେସନରେ ଟ୍ରେନ୍‌ ସନଟିଂ ଲାଇନକୁ ଫେରିବା ବେଳେ ଲାଇନ୍‌ଚ୍ୟୁତ 5:24 pmବାଲେଶ୍ୱର: ଅନ୍ୱେଷା ଇନ୍ ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ କୃଷ୍ଣଚନ୍ଦ୍ର ସାହୁଙ୍କ ସହ ୩ ଜଣଙ୍କୁ ଜେଲ ଦଣ୍ଡ। କୃଷ୍ଣଙ୍କୁ ୫ ବର୍ଷ ଜେଲ୍ ଓ ୨ ଲକ୍ଷ ୪୦ ହଜାର ଜରିମାନା ନିର୍ଦ୍ଦେଶ। ଅନ୍ୟ ୨ କର୍ମଚାରୀଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୧୦ ହଜାର ଲେଖାଏଁ ଜରିମାନା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି

41 0

ସୁବର୍ଣ୍ଣପୁର :(ଅଜିତ କୁମାର ପୁଜାହାରୀ) ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୮ଗୋଟି,ସାମୁହିକ ଦରଖାସ୍ତ 0୬ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୩ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l

ଅଦ୍ୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଚମ୍ପାମାଲ ଗ୍ରାମର ଦିବ୍ୟାଜ୍ୟୋତି ଥନାପତି ଓ ରଥପୁର ନିବାସୀ ଦେବକୀ ବଘାର ଙ୍କୁ ବିଧବା ଭତ୍ତା ସହାୟତା ଯୋଜନାରେ ରେ ସାମିଲ କରାଯାଇ ମାସିକ ୫00/- (ପାଞ୍ଚ ଶହ ଟଙ୍କା ) ଲେଖାଏଁ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର l ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁରଶ୍ରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧୀକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି -ଇଂ ଦାମୋଦର କୈବର୍ତ୍ତ ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଡ଼ିଏସଏସଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଉପାଧକ୍ଷ୍ୟ ନାରାୟଣ ଲୁହା, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

 

Related Post

ଏସଟି ଏସଏସି କର୍ମଚାରୀ ଙ୍କ ଦାବି ନେଇ ସାଂସଦ କଲେ ସମ୍ବଲପୁର ବିଶ୍ୱବିଦ୍ୟାଳୟ କୁଳସଚିବଙ୍କ ସହ ଆଳୋଚନା

Posted by - August 24, 2022 0
ସମ୍ବଲପୁର :(ରମାକାନ୍ତ ବିଶ୍ବାଳ) ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏସଟି ଏସଏସି କର୍ମଚାରୀ ସଂଘ ଉପଦେଷ୍ଟା ତଥା ରାଜ୍ୟ ସଭା ସାଂସଦ ନିରଞ୍ଜନ ବିସି ,ସଭାପତି ନିହାଲ ସିଂ ଙ୍କ…

ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟ ରେ ଯୁବ ସଂସ୍କାର କାର୍ଯ୍ୟକ୍ରମ

Posted by - May 28, 2022 0
ନବରଙ୍ଗପୁର: (ବେଣୁ ଗୋପାଳ ରାଓ) ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟ ପରିସର ରେ ଓଡିଶା ସରକାର ଙ୍କ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶ ଅନୁସାରେ ଯୁବ ସଂସ୍କାର…

ଯାଜପୁର ରେ ଦ୍ଵାଦଶ ଜାତୀୟ ଭୋଟର ଦିବସ ପାଳିତ

Posted by - January 25, 2022 0
ଯାଜପୁର :(ଆନନ୍ଦ  ଚନ୍ଦ୍ର ସାହୁ )ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଦ୍ଵାଦଶ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ…

ରାଜ୍ୟ ସ୍ତରୀୟ ପ୍ରତିଭା ସଙ୍ଗମ କାର୍ଯ୍ୟକ୍ରମ ଆୟୋଜିତ

Posted by - December 19, 2021 0
ସୋନପୁର:(ଅଜିତ କୁମାର ପୁଝାରୀ) ଜିଲ୍ଲାର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଆସନ୍ତା 17 ଡିସେମ୍ବରରୁ 19 ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟ ସ୍ତରୀୟ ପ୍ରତିଭା ସଙ୍ଗମ କାର୍ଯ୍ୟକ୍ରମ ଆୟୋଜିତ…

ହାଇମାସ୍କ ଲାଇଟ ର ଶୁଭ ଉଦଘାଟନ

Posted by - November 23, 2021 0
ବଙ୍ଗୋମୁଣ୍ଡା:(ଅଭିମନ୍ୟୁ ବହିଦାର) ଆଜି ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଠାରେ ଲାଗିଥିବା ୪ଟି ହାଇମାସ୍କ ଲାଇଟର ଶୁଭ ଉଦଘାଟନ ହୋଇଛି । ଏହି ହାଇ ମାସ୍କ ଲାଇଟ ୪ଟିର…