ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ନରସିଂହ ଚୌଧୁରୀ ମହାବିଦ୍ୟାଳୟର ନୂତନ ଛାତ୍ରୀନିବାସର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକା ରାଧାରାଣୀ ମହାପାତ୍ର ଯୋଗ ଦେଇ ଉତ୍ସବକୁ ଉଦଘାଟିତ କରିଥିଲେ।
ମହାବିଦ୍ୟାଳୟର ଅଧ୍ୟକ୍ଷ ବିଷ୍ଣୁ ଚରଣ ଦାସଙ୍କ ସଭପତିତ୍ବରେ ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ସମାଜସେବୀ ସୋଫିଆ ସେକ ଯୋଗ ଦେଇ ଛାତ୍ରୀ ମାନଙ୍କୁ ପାଠ ପଢ଼ା ସହ ଓଡ଼ିଶାର ସଂସ୍କୃତି ପରମ୍ପରାକୁ ବଞ୍ଚାଇରଖିବାକୁ ଆହ୍ୱାନ ଦେଇଥିଲେ। ଏହି ଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଛାତ୍ରୀ ମାନଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରବେଶିତ ହୋଇଥିଲା।