ବୌଦ୍ଧ:୦୪ା୩ :(ଚିତ୍ତରଞ୍ଜନ ସିଂ) ବୌଦ୍ଧରେ ଜିଲାସ୍ତରୀୟ ଆନ୍ତର୍ଜାତୀକ ମହିଳା ଦିବସ ପାଳନ ପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ଏହି ବୈଠକରେ ମହିଳା ଦିବସରେ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଚୂଡାନ୍ତ ନିଷ୍ପତି ଗ୍ରହଣ କରାଯାଇଥିଲା । ଆସନ୍ତା ୫ ତାରିଖ(ରବିବାର) ଦିନ ସକାଳ ୭.୩୦ ସମୟରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ,ସେଠାରୁ ଏକ ସାଇକେଲ ଶୋଭାଯାତ୍ରା ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସିବ ।
ଏହି ଶୋଭାଯାତ୍ରା ସମୟରେ ପୋଲିସ ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ସହିତ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆମ୍ବୁଲାନସ ବ୍ୟବସ୍ଥା କରାଯିବ । ଏହି ଶୋଭାଯାତ୍ରାରେ ସମସ୍ତ ମହିଳା କର୍ମଚାରୀଙ୍କ ସହିତ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ,ସାଧାରଣଲୋକ,ବୁଦ୍ଧଜିବୀ,ସମସ୍ତ କାଉନସିଲର, ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ସାମିଲ ହେବାକୁ ଜିଲା ପ୍ରଶାସନ ପକ୍ଷରୁ ଆହ୍ୱାନ କରାଯାଇଛି । ଏହି ଶୋଭାଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚିବା ପରେ ସଦଭାବନା ଗୃହଠାରେ ଜିଲାସ୍ତରୀୟ ଉତ୍ସବ ଅନୁଷ୍ଠିତ ହେବ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ ।
ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଶ୍ୱିନୀ କୁମାର ମେହେର,ଉପଜିଲାପାଳ ରବିନ୍ଦ୍ର ନାଥ କହଁର,ଏନଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର,ଉପାଧ୍ୟକ୍ଷା ସୁଭାଷିନୀ ସେଠୀ,ତହସିଲଦାର ଦେବୀ ପ୍ରସାଦ ଦାଶ,ଜିଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ କୁମାର ପ୍ରଧାନ,ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ପାଣ୍ଡିଆ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟ ମହିଳା କ୍ଲବର ସଦସ୍ୟାମାନେ ଉପସ୍ଥିତ ଥିଲେ ।