Breaking News
7:25 amପରବର୍ତ୍ତୀ ରାଜ୍ୟପାଳ ନିଯୁକ୍ତି ଯାଏ ପ୍ରଫେସର ଗଣେଶୀ ଲାଲଙ୍କୁ ଦାୟିତ୍ବ 7:25 amବୁଧବାର ରାଜ୍ୟରେ +୨ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି,ପ୍ରାୟ ସମସ୍ତ କଲେଜରେ ଭଲ ଫଳ ହୋଇଛି 7:24 amବିଦ୍ୟୁତ ବିଭାଗ ଡିଜିଏମ୍‌ ଦାମୋଦର ଦାଶଙ୍କ ୮.୩୩ ଲକ୍ଷର ସମ୍ପତ୍ତି ବାଜ୍ୟାପ୍ତ। ଭିଜିଲାନ୍ସ ଆବେଦନ ଆଧାରରେ ବାଜ୍ୟାପ୍ତ କଲେ ସ୍ୱତନ୍ତ୍ର କୋର୍ଟ 7:23 amକଟକ ବକ୍ସଡ୍ରେନ୍ ଟ୍ରାଜେଡି ଘଟଣା: ୨ ସହକାରୀ ଯନ୍ତ୍ରୀ ନିଲମ୍ବିତ। ସହକାରୀ ଯନ୍ତ୍ରୀ ସଂଜୀବ ପ୍ରଧାନ ଓ ଦିଲୀପ ସାହୁ ନିଲମ୍ବିତ। କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ବନ କଲା ନଗର ଉନ୍ନୟନ ବିଭାଗ,ଗମାଡିଆ ପାଖରେ ପାଇପ୍ ସନ୍ଧିରେ ଖସିପଡ଼ି ନାବାଳିକାର ମୃତ୍ୟୁ ହୋଇଥିଲା 7:22 amକେନ୍ଦ୍ରାପଡ଼ା : ଜାଲ୍‌ ଦସ୍ତଖତରେ ସାଢ଼େ ୯ ଲକ୍ଷ ଟଙ୍କା ହଡ଼ପ, ପରିବାର ସହ ଅଭିଯୁକ୍ତ ମହିଳା ଫେରାର୍‌,ମିସନ ଶକ୍ତି ଏମ୍‌ବିକେ ବା ଦକ୍ଷ ନଥିପତ୍ର ପରିଚାଳିକା ଲୋପାମୁଦ୍ରା ବେହେରା(୩୬)ଙ୍କ ନାମରେ ଏତଲା

ଜିଲ୍ଲା ସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

77 0

ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟ ନାରାୟଣ ଦାଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୨୨ ତାରିଖ ରୁ ରବିଧାନ କ୍ରୟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି l

ଏଥି ନିମନ୍ତେ ୬0 ଗୋଟି ପ୍ୟାକ୍ସ ଓ ୩୪ ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସାମିଲ ରହିଥିବା ବେଳେ ସମୁଦାୟ ୧00 ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ଯୋଗାଣ ନିଗମ ଧାନ କ୍ରୟ କରିବ l ରବି ଧାନ କ୍ରୟ ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ, ମାତ୍ର ଏକର ପ୍ରତି କେତେ ପରିମାଣରେ ଧାନ କିଣାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କ୍ରୟ କମିଟି ନିଷ୍ପତ୍ତି ଗ୍ରହଣ କଲାପରେ ଜଣାପଡିବ l ଚଳିତ ବର୍ଷ ଧାନ କ୍ରୟ କେନ୍ଦ୍ର ଗୁଡିକରେ ସପ୍ତାହର ପ୍ରତ୍ୟହ ଦିନ ସକାଳ 7 ଘଣ୍ଟା ରୁ ଅପରାହ୍ନ 12 ଘଣ୍ଟା ପର୍ଯ୍ୟନ୍ତ ଧାନ କ୍ରୟ କରାଯିବl ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି l

ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର 35585 ଜଣ ଚାଷୀ ପଞ୍ଜିକରଣ ହୋଇଥିବା ବେଳେ ଗତ ରବି ରେ 32946 ଜଣ ଚାଷୀ ପଂଜିକୃତ ହୋଇ 2374040.24 କ୍ୱିଣ୍ଟାଲ ଧାନ କିଣାଯାଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି l ଗ୍ରୀଷ୍ମ ପ୍ରବାହ ଓ ପ୍ରାକ ମୌସୁମୀ କୁ ଦୃଷ୍ଟି ରେ ରଖି ସମସ୍ତ ଧାନ କ୍ରୟ ଗୁଡିକରେ କୌଣସି ପ୍ରକାର ଅସୁବିଧା କୁ ସମ୍ମୁଖୀନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀ ଙ୍କ ପାଇଁ ଆଶ୍ରୟସ୍ଥଳି ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ରବି ଧାନ ବିକ୍ରୟ କୁ ସହଜ, ସୁବିଧା, ଓ ସ୍ଵଛତାର ସହ କରିପାରିବ ସେଥି ପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ତଥା ଅଧ୍ୟକ୍ଷ ଶ୍ରୀ ଦାଶ ବିଭାଗୀୟ ସମ୍ପୃକ୍ତ ଅଧିକାରୀ ବୃନ୍ଦ ନିଜ ନିଜ ବିଭାଗ ମଧ୍ୟରେ ସୁସମନ୍ୱୟ ରକ୍ଷା ପୂର୍ବକ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l

ଗତ ବର୍ଷ ଧାନ କ୍ରୟ ସମୟରେ ଓ ପରେ ଉପୁଜିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇ, ଗତବର୍ଷ ହୋଇଥିବା ତ୍ରୁଟିର ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ବଦେଇ ଚଳିତ ବର୍ଷ ରବିଧାନ କ୍ରୟକୁ ସୁ ବ୍ୟବସ୍ଥିତ କରାଯିବ ବୋଲି ଜିଲ୍ଲାପାଳ ବୈଠକରେ ସୂଚନା ଦେଇଥିଲେ l

 

Related Post

ଭୂମିହୀନ ପରିବାରଙ୍କୁ ସରକାରୀ ଜମି ପଟ୍ଟା ଯୋଗାଇ ଦେବା କରି ଜିଲାପ୍ରଶାସନକୁ ଭେଟିଲେ ଲୋକେ

Posted by - December 5, 2019 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ) ଭୂମିହୀନ ପରିବାରଙ୍କୁ ସରକାରୀ ଜମି ପଟ୍ଟା ଯୋଗାଇ ଦେବା କରି ଜିଲାପ୍ରଶାସନକୁ ଭେଟିଲେ ଲୋକେ । ଯାଜପୁର ଜିଲାର ଦାନଗଦୀ ଓ ସୁକିନ୍ଦା…

ଜୀଅନ୍ତା ଜଳିଗଲେ ଯୁବକ

Posted by - January 2, 2019 2,369
ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ବେତଣ୍ଡା ଗ୍ରାମରେ ପାଣି ଟାଙ୍କି କାମ ଚାଲିଥିଲା। ଏହି କାମରେ ଦିନବନ୍ଧୁ ସେଟ୍ଟୀ ବିଦ୍ୟୁତ ସଂଯୋଗ ଦାୟିତ୍ୱରେ ଥିଲେ। ଆଜି…

SSD ଉଚ୍ଚବିଦ୍ୟାଳୟରେ ପାଳିତ ହେଲା ବାର୍ଷିକ ଉତ୍ସବ। ବାର୍ଷିକ ଉତ୍ସବରେ କମାଲ କଲେ ଛାତ୍ର ଛାତ୍ରୀ

Posted by - March 6, 2023 0
ରାୟଗଡା:(ରମାକାଂତ ପୋଦାଲ୍)ଅବସ୍ଥାପିତ ଦୁର୍ଗମ ଅଂଚଳର ଛାତ୍ରଛାତ୍ରୀ ମାନଙ୍କ ପ୍ରତିଭାକୁ ଲୋକମୋଚନ କୁ ଆଣିବା ପାଇଁ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ପ୍ରୟାସ ଜାରିରହିଥିବା ବେଳେ ଏହା ରାୟଗଡା ଜିଲ୍ଲା…

ପଇଁତିରିଶ ବର୍ଷ ପରେ ବନ୍ଧୁମଳନ

Posted by - November 1, 2021 0
ସୋନପୁର:(ଅଜିତ କୁମାର ପୁଝାରୀ)ସୋନପୁର ମହାବିଦ୍ୟାଳୟର ଯୁକ୍ତ ଦୁଇରେ ଅଧ୍ୟୟନ କରି ପଂଚାଅଶୀ ମସିହାରୁ ବନ୍ଧୁତ୍ବ ଅତୁଟ ରଖିଥିବା ପୁରୁଣା ବଂଧୁମାନେ ଦୀର୍ଘ ସଇଁତିରିଶ ବର୍ଷ ପରେ ସୋନପୁର…

ପଲଶାଗୋରା ହାଇସ୍କୁଲର ସୁବର୍ଣ୍ଣ ଜୟନ୍ତୀ ତୋରଣ ଉଦଘାଟିତ

Posted by - December 9, 2022 0
ବୌଦ୍ଧ : (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ମିଳିତ ଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଚଳିତ ବର୍ଷ ସୁବର୍ଣ୍ଣ ଜୟନ୍ତୀ ପାଳନ…