ଭୁବନେଶ୍ୱର ୦୭।୧୨ – ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ସନ୍ଧ୍ୟା ୭ଟା ୨୦ ସମୟରେ ରାଷ୍ଟ୍ରପତିଙ୍କ ବିମାନ ଭୁବନେଶ୍ୱର ବିମାନ ବନ୍ଦରରେ ଅବତରଣ କରିଥିଲା । ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମନ୍ଦ୍ର ପ୍ରଧାନଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦରରେ ସ୍ୱାଗତ କରିଥିଲେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଶନିବାର ରାତି ୭ଟା ୧୫ରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଗତ ଜଣାଇଛନ୍ତି।
ରାଷ୍ଟ୍ରପତି କୋବିନ୍ଦ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯିବେ। ସେଠାରେ ସେ ଆଜି ରାତ୍ରିଯାପନ କରିବେ। ୮ ତାରିଖ ପୂର୍ବାହ୍ନରେ ସେ ଖୋର୍ଧାର ବରୁଣେଇ ପୀଠକୁ ଯିବେ। ସେଠାରେ ହେବାକୁ ଥିବା ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ ସଭାରେ ଯୋଗଦେବେ। ସେଠାରୁ ଉତ୍କଳ ବିଶ୍ବବିଦ୍ୟାଳୟ ଆସି ପ୍ଲାଟିନମ ଜୁବୁଲିର ଉଦ୍ଯାପନୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ବାଣୀବିହାରରୁ ଦିନ ପ୍ରାୟ ୧.୪୫ରେ ରାଜଭବନ ଫେରିବେ। ରାଜଭବନରେ କିଛି ସମୟ ବିଶ୍ରାମ ନେବା ପରେ ସଂଧ୍ୟା ପ୍ରାୟ ୫ଟା ୨୦ରେ ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।