ମୁନିଗୁଡା :(ରମାକାନ୍ତ ପୋଡାଳ )ଆଜି ରାମନାଗୁଡ଼ା ବ୍ଲକ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଯୋଗଦେଇ ମୋଟ ୧୩ ଟି ଅଭିଯୋଗ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅଭିଯୋଗ ଗୁଡିକର ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ୧୩ ଟି ଅଭିଯୋଗ ମଧ୍ୟରୁ ୧୦ ଟି ବ୍ୟକ୍ତିଗତ ଓ ୩ ସାମୁହିକ ଅଭିଯୋଗ ଦାଖଲ ହୋଇଥିଲା ।
ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବିନାରାୟଣ ତ୍ରିପାଠୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ତ୍ୟ ଅଧିକାରୀ ଡାକ୍ତର ଲାଲ ମୋହନ ରାଉତ ରାୟ, ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କହଁର,ପ୍ରକଳ୍ପ ନିର୍ଦ୍ଦେଶକ ଜାଳବିଭାଜିକା ମିଶନ ଡ଼ଃ ଦୟାନିଧି ବାଗ,ପ୍ରମୁଖ ଅଭିଯୋଗ ଗୁଡିକ ଶୁଣାଣି କରିଥିଲେ ।
ଆଜିର ଏହି ଅଭିଯୋଗ ଶୁଣାଣୀରେ,ରାମନାଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ପ୍ରଭାତୀ ଝଡ଼ିଆ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଅଶୋକ ଶତପଥି, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବରିହା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର ଗମାଙ୍ଗ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯାଜ୍ଞସେନି ବେହେରା,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ବିକାଶ ରଂଜନ ଦେହୁରୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।