Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

80 0

ସୁବର୍ଣ୍ଣପୁର:(ଅଜିତ କୁମାର ପୁଜାହାରୀ)ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୯୦  ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l

ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୮୪  ଗୋଟି ଓ ସାମୁହିକ ଦରଖାସ୍ତ ୬  ଗୋଟି ଗ୍ରହଣ କରାଯାଇଛି l ୧୮  ଟି ଅଭିଯୋଗ ର ତତ୍କାଳୀନ ସମାଧନ ହୋଇଥିବାବେଳେ ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର,ଶ୍ରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ କୁମାର ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଶିଶୁ ସୁରକ୍ଷା ଅଧିକାରୀ ବିଜୟ କୁମାର ବିଶ୍ଵାଳ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ ଯୋଗଦାନ କରିଥିଲେ I

ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଡ଼ୋଲାମଣି ଭୋଇ, ବ୍ଲକ୍ ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର ବିବୁଧ ଗଡ଼ନାୟକ, ଅତିରିକ୍ତ ତହସିଲଦାର ସ୍ଵାଗତ କୁମାର ପଣ୍ଡା, ବିଭିନ୍ନ ବ୍ଲକ ସ୍ତରୀୟ ଅଧିକାରୀ ଓ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ମଧ୍ୟ ଶିବିରରେ ଯୋଗଦାନ କରିଥିଲେ l

 

Related Post

ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଏନପିଏସକୁ ଉଛେଦ କରି ଓପିଏସ ଲାଗୁ କରିବା ନିମନ୍ତେ ଦାବିପତ୍ର ପ୍ରଦାନ

Posted by - October 15, 2022 0
ଟିଟିଲାଗଡ଼:(ସଞ୍ଜୟ କୁମାର ନାୟକ) ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଳକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଆଜି ଶନିବାର ଦିନ ଦିବା 1: 30 ଘଣ୍ଟା ସମୟରେ ବି.…

ଅଶୋକ ଦାସ ଫାଉଣ୍ଡେସନ ଓ ବିଜୁ ଜନତା ଦଳ ପକ୍ଷରୁ “ଜୀବନ ବିନ୍ଦୁ” ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

Posted by - March 10, 2020 0
ଯାଜପୁର:(ଆନନ୍ଦ ଚନ୍ଦ୍ର ସାହୁ)ଯାଜପୁର ଶିମିଳିଆ ପଂଚାୟତ ଅନ୍ତର୍ଗତ ପାଟପାରି ମଣ୍ଡପରେ ଅଶୋକ ଦାସ ଫାଉଣ୍ଡେସନ ଓ ବିଜୁ ଜନତା ଦଳ ପକ୍ଷରୁ “ଜୀବନ ବିନ୍ଦୁ” ସ୍ୱେଚ୍ଛାକୃତ ରକ୍ତଦାନ…

ବ୍ଲକସ୍ତରୀୟ ବିଶ୍ଵ ପରିବେଶ ଦିବସ ପାଳିତ

Posted by - June 14, 2022 0
ସୋନପୁର:(ଅଜିତ କୁମାର ପୂଜାହାରୀ)ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ବ୍ଲକସ୍ତରୀୟ ବିଶ୍ଵ ପରିବେଶ ଦିବସ ପାଳନ ହୋଇଯାଇଛି। ବୈଦ୍ୟନାଥ ସ୍ଵାସ୍ଥ୍ୟ ଓ ଆରୋଗ୍ୟ…

ଧର୍ମଗଡ଼ ଉପଖଣ୍ଡ କୁ ଜିଲ୍ଲା ଦାବି ରେ ୨୦ ଦିନ ରେ ପହଞ୍ଚିଲା। ସମର୍ଥନ ରେ ବରିଷ୍ଠ ସଂଘ

Posted by - September 16, 2023 0
ଧର୍ମଗଡ଼:୧୬/୯(ହେମନ୍ତ କୁମାର ମାଝୀ) ଧର୍ମଗତ ଉପଖଣ୍ଡ କୁ ଜିଲ୍ଲା ଗଠନ ଦାବି ତେଜିଵାରେ ଲାଗିଛି। ଉପଖଣ୍ଡ କୁ ଜିଲ୍ଲା ଘୋଷଣା ନେଇ ବରିଷ୍ଠ ନାଗରିକ ସଂଘ ସଭାପତି…

ରାଜ୍ୟସରକାରଙ୍କ ମୁକ୍କ୍ତା ଯୋଜନା ଅନ୍ତର୍ଗତ ଦୁଇଟି ମିନି ପାର୍କ ପ୍ରକଳ୍ପ ଉଦଘାଟିତ

Posted by - April 24, 2023 0
ଯାଜପୁର:ଯାଜପୁର ପୋୖରାଞ୍ଚଳ ୧ନମ୍ବର ୱାର୍ଡରେ ରାଜ୍ୟସରକାରଙ୍କ ମୁକ୍କ୍ତା ଯୋଜନା ଅନ୍ତର୍ଗତ ଦୁଇଟି ମିନି ପାର୍କ ପ୍ରକଳ୍ପ ଉଦଘାଟିତ ହୋଇଛି। ଯାଜପୁର ପୌରପାଳିକାର ପୋୖରାଧକ୍ଷା ରଞ୍ଜୁଲତା ହୋତା ଏହାକୁ…