Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବାହୁଡା଼ ଯାତ୍ରା ସମ୍ପନ୍ନ

64 0

ନୂଆଦିଲ୍ଲୀ:୨୮.୦୬ ନୂଆଦିଲ୍ଲୀର ହାଉଜଖାସସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ପ୍ରମୁଖ ଜଗନ୍ନାଥ ମନ୍ଦିରଠାରେ ୪୫ତମ ପବିତ୍ର ବାହୁଡା଼ ଯାତ୍ରା ପର୍ବ ଆଧ୍ୟାତ୍ମିକ ଉତ୍ସ୍ୱାସ ଓ ଭକ୍ତିପୂତ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ଉପଲକ୍ଷେ ବଢ଼ି ଭୋରରୁ ମୁଖ୍ୟ ମନ୍ଦିରର ବେସମେଣ୍ଟସ୍ଥିତ ଶ୍ରୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରୁଥିବା ଦୀଅଁ ମାନଙ୍କ ସାମ୍ନାରେ ପୂଜାର୍ଚ୍ଚନା ଓ ନୀତିକାନ୍ତି ଧାର୍ମିକ ବିଧି ମୁତାବକ ସମ୍ପନ୍ନ କରାଯାଇଥିଲା।

ଏହା ପରେ ଦିନ ୪ଟା ବେଳେ ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଏବଂ ଶଙ୍ଖ ଧ୍ଵନି ତଥା ବାଦ୍ୟ, କୀର୍ତ୍ତନର ତାଳେ ତାଳେ ଚାରି ଠାକୁରଙ୍କୁ ପୂଜକ ଓ ଭକ୍ତ ମାନେ ଧାଡ଼ି ପହଣ୍ଡି କରି ମନ୍ଦିର ସାମ୍ନା ସ୍ଥିତ ବଡ଼ଦାଣ୍ଡରେ ଦଣ୍ଡାୟମାନ ଥିବା ସୁନ୍ଦର, ସୁଶୋଭିତ ରଥ ଉପରକୁ ନେଇଯାଇଥିଲେ। ଅପରାହ୍ନ ସାଢେ ୪ଟା ସମୟରେ ମୁଖ୍ୟ ଅତିଥି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ନ୍ୟାୟମୂର୍ତ୍ତି ଅରିଜିତ ପଶାୟତ ପାରମ୍ପାରିକ ଛେରା ପହଁରା କାର୍ଯ୍ୟ ସମ୍ପନ୍ନ କରିଥିଲେ। ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଂଘର ସମ୍ପାଦକ ଓ ବିଶିଷ୍ଟ ସମାଜସେବୀ ରବୀନ୍ଦ୍ର ନାଥ ପ୍ରଧାନ ତାଙ୍କୁ ଏହି କାର୍ଯ୍ୟରେ ସହଯୋଗ କରିଥିଲେ।

ଏହାପରେ ସନ୍ଧ୍ୟା ୫ଟା ବେଳେ ରଥଟଣାର ଶୁଭାରମ୍ଭ ହୋଇଥିଲା। ହାଉଜଖାସ ଭିଲେଜ ସ୍ଥିତ ଶ୍ରୀ ଜଗନ୍ନାଥ ମାର୍ଗରେ ଅରବିନ୍ଦ ପ୍ଲେସ ମାର୍କେଟ ପର୍ଯ୍ୟନ୍ତ ରଥଟିକୁ ଟଣାଯାଇ ପୁଣି ମନ୍ଦିର ବେଢ଼ା ନିକଟକୁ ଫେରାଇ ଅଣାଯାଇଥିଲା। ଦିଲ୍ଲୀର ରାଜ ରାସ୍ତାରେ ରାଜକୀୟ ରଥ ଉପରେ ପ୍ରବଳ ପ୍ରତାପୀ ଠାଣିରେ ଭଗବାନଙ୍କର ବାହୁଡ଼ାଯାତ୍ରା ଏବଂ ଜନଗହଳି ମଧ୍ୟରେ ଭକ୍ତ ଓ ଭଗବାନଙ୍କର ଅପୂର୍ବ ଚକ୍ଷୁ ମିଳନର ଦୃଶ୍ୟ ବେଶ୍ ହୃଦୟସ୍ପର୍ଶୀ ଥିଲା। ମନ୍ଦିର ଅଗଣାକୁ ଫେରିବା ପରେ ରଥ ଉପରେ ବିଦ୍ୟମାନ ଜଗତର ନାଥ ଶ୍ରୀ ଜଗନ୍ନାଥ, ବଡ଼ଭାଇ ଶ୍ରୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ପ୍ରଭୁ ସୁଦର୍ଶନ, ଭକ୍ତ ମାନଙ୍କୁ ଦିବ୍ୟ ଦର୍ଶନ ପ୍ରଦାନ କରିଥିଲେ। ବିଳମ୍ବିତ ରାତିରେ ପୁଣି ସାହିରୋଷଣୀ କରାଯାଇ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ରଥ ଉପରୁ ନିଆଯାଇ ନାଟ୍ୟ ମଣ୍ଡପଠାରେ ଆସୀନ କରାଯାଇଥିଲା।

ମହାପ୍ରଭୁ ନାଟ୍ୟମଣ୍ଡପ ଠାରେ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ଅବସ୍ଥାନ କରିବେ ବୋଲି ମନ୍ଦିର ପରିଚାଳନା କମିଟି ସୂତ୍ରରୁ ପ୍ରକାଶ। ବାହୁଡ଼ା ଯାତ୍ରାକୁ ଦକ୍ଷତାର ସହିତ ଆୟୋଜନ ଓ ସଫଳତାର ସହିତ ସମାପନ କରିବାରେ ମନ୍ଦିର ପରିଚାଳନା କମିଟିର ଉପଦେଷ୍ଟା ରବି ପାଣି, ଅବନୀ ସାହୁ, ଦୀପକ ରଥ, ସଭାପତି ବିଘ୍ନେଶ୍ୱର ରାଉତ, ସମ୍ପାଦକ ରବୀନ୍ଦ୍ର ନାଥ ପ୍ରଧାନ, ଅଭୟ ପ୍ରଧାନ, ଅଶୋକ ପ୍ରଧାନ (ଏ), କ୍ଷୀରୋଦ ପାତ୍ର, ଗଜେନ୍ଦ୍ର ସାମନ୍ତ, ଅଭିରାମ ସୁତାର, ଅଶୋକ ପ୍ରଧାନ (ବି), ଜୀତେନ୍ଦ୍ର ମହାପାତ୍ର, ଅଜୟ ପ୍ରଧାନ, ପଙ୍କଜ ମହାନ୍ତି, ନିଶିଦ୍ଧ କୁମାର ଦାଶ, ରଙ୍କନିଧି ସାହୁ, ବିଜୟ ସାହୁ, ଦିଲ୍ଲୀପ କୁମାର ସ୍ବାଇଁ, କିଶୋର ସାମଲ, ଅମୂଲ୍ୟ ଓଝା, ସୁକାନ୍ତ ସାହୁ ଏବଂ ମନ୍ଦିରର ପରିଚାଳକ ରଶ୍ମୀ ରଞ୍ଜନ ବେହେରା ତଥା ସହ ପରିଚାଳକ ଶଶିକାନ୍ତ ସାହୁ, ସଞ୍ଜୀବ ଜେନା ଏବଂ ମନ୍ଦିରର ପୂଜକ ସନାତନ ପାଢ଼ୀ, ଦେବବ୍ରତ ମିଶ୍ର, ଜଗବନ୍ଧୁ ଦାଶ, ପ୍ରେମାନନ୍ଦ ଶତପଥୀ, ସନ୍ତୋଷ ପଣ୍ଡା ଓ ପ୍ରଶାନ୍ତ ଦାଶ ପ୍ରମୁଖଙ୍କର ଭୂମିକା ଉଲ୍ଲେଖଯୋଗ୍ୟ ଥିଲା।

Related Post

ଆମେରିକାର ରୋଡସ୍ ଆଇଲ୍ୟାଣ୍ଡଠାରେ ରଥଯାତ୍ରା ଆୟୋଜନ

Posted by - July 5, 2022 0
ରୋଡସ୍ ଆଇଲ୍ୟାଣ୍ଡ:(ବ୍ୟୁରୋ) ତା ୦୫.୦୭ ରିଖ ଯୁକ୍ତରାଷ୍ଟ୍ର ଆମେରିକାର ସବୁଠାରୁ କ୍ଷୁଦ୍ର ରାଜ୍ୟ ରୋଡ଼ସ୍ ଆଇଲ୍ୟାଣ୍ଡ ଠାରେ ପଞ୍ଚମ ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି। ଏହି…

ରାଜ୍ୟର ବିପର୍ଯ୍ୟସ୍ତ ଆଇନ ବ୍ୟବସ୍ଥା କଥା ସଂସଦରେ ଉଠାଇଲେ ସାଂସଦ ସୁରେଶ ପୁଜାରୀ

Posted by - December 10, 2021 0
ସମ୍ବଲପୁର :(ରମାକାନ୍ତ ବିଶ୍ବାଳ)ଲୋକସଭା ରେ ଓଡ଼ିଶା ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି କଥା ଉଠାଇଛନ୍ତି ସାଂସଦ ସୁରେଶ ପୁଜାରୀ । ଲୋକସଭା ରେ ଆଜି ସାଂସଦ…

ଭାରତୀୟ ବାୟୁସେନାକୁ ଦୁର୍ବଳ କରିବାକୁ କଂଗ୍ରେସ ଉଦ୍ୟମ କରୁଛି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Posted by - February 8, 2019 11
ନୂଆଦିଲ୍ଲୀ :ଭାରତୀୟ ବାୟୁ ସେନା ଶକ୍ତିଶାଳୀ ହେଉ ବୋଲି ଚାହୁଁନି କଂଗ୍ରେସ। ରାଫେଲ୍‌ ପ୍ରସଙ୍ଗରେ କଂଗ୍ରେସକୁ ଏଭଳି ପାଲଟା ଆକ୍ରମଣ ସହ ତୀବ୍ର ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ…

ସଂସ୍କୃତିଙ୍କର ଓଡ଼ିଶୀ ନୃତ୍ୟରେ ଝୁମିଲେ ଆମେରିକୀୟ ଦର୍ଶକ

Posted by - August 26, 2021 0
ସାନ୍‍ଫ୍ରାନ୍‍ସିସ୍‍କୋ:ଯୁବ ଏବଂ ଉଦୀୟମାନ ନୃତ୍ୟାଙ୍ଗନା ସଂସ୍କୃତି ବେବର୍ତ୍ତାଙ୍କର ରସ ଓ ଲାସ୍ୟ ଭରା ଓଡ଼ିଶୀ ନୃତ୍ୟ ପ୍ରଦର୍ଶନରେ ଆମେରିକାର କଳାପ୍ରେମୀ ଜନସାଧାରଣ ମନ୍ତ୍ରମୁଗ୍ଧ ହୋଇଥିବା ଜଣାଯାଇଛି ।…

ପ୍ରିୟଙ୍କା ଓ ନିକ୍‌ଙ୍କ ରିସେପସନ୍‌ରେ ପ୍ରଧାନମନ୍ତ୍ରୀ

Posted by - December 6, 2018 0
ନୂଆଦିଲ୍ଲୀ : ଧୁମ୍‌ଧାମରେ ବିବାହ ପରେ ଗତକାଲି ନୂଅାଦିଲ୍ଲୀର ତାଜ୍ ପ୍ୟାଲେସରେ ପ୍ରିୟଙ୍କା ଚୋପ୍ରା ଓ ନିକ୍ ଜୋନ୍ସଙ୍କ ପ୍ରଥମ ରିସେପ୍‌ସନ୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ…