ଭୁବନେଶ୍ୱର :ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ରଞ୍ଜନ ପଟେଲଙ୍କ ଅନୁୂମୋଦନ ପରେ ଦଳର ରାଜ୍ୟ ସହନିର୍ବାଚନ ଅଧିକାରୀ ସୁଦୀପ୍ତ ରାଏ କହିଛନ୍ତି ଯେ, ଓଡ଼ିଶା ପ୍ରଦେଶର ଜିଲ୍ଲା ସଭାପତି ନିର୍ବାଚନ ଡିସେମ୍ବର ୧୫ ଓ ୧୬ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଥିଲା। ଏହା ପୂର୍ବରୁ ରାଜ୍ୟସ୍ତରୀୟ ନେତୃବୃନ୍ଦମାନେ ବିଭିନ୍ନ ଜିଲ୍ଲା ଗସ୍ତ କରି ଜିଲ୍ଲା ଓ ମଣ୍ଡଳସ୍ତରର ନେତୃମଣ୍ଡଳୀଙ୍କ ସହ ଆଲୋଚନା କରି ମତାମତ ସଂଗ୍ରହ କରିଥିଲେ।
ଜିଲ୍ଲା ସଭାପତିମାନେ ହେଲେ ଅନୁଗୁଳ – ଦିଲେଶ୍ୱର ପ୍ରଧାନ, ଢେଙ୍କାନାଳ- ନରେଶ ମହାପାତ୍ର, କଟକ ନଗର-ଲଲାତେନ୍ଦୁ ବଡୁ, କଟକ ସଦର- ପୂର୍ବତନ ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା, ଜଗତସିଂହପୁର- ସତ୍ୟବ୍ରତ ମହାପାତ୍ର, କେନ୍ଦ୍ରାପଡ଼ା- କିଶୋର ପଣ୍ଡା, ଯାଜପୁର- ଗୌତମ ରାୟ, ଭଦ୍ରକ- ହେମନ୍ତ ପାଢୀ, ବାଲେଶ୍ୱର- ଉମାକାନ୍ତ ମହାପାତ୍ର, ବାରିପଦା- ପୂର୍ବତନ ବିଧାୟକ କାନ୍ଦରା ସୋରେନ, ରାଇରଙ୍ଗପୁର- ବିଧାୟକ ନବଚରଣ ମାଝୀ, କେନ୍ଦୁଝର- ଅଂଶୁମାନ ସବୁଜ ମହନ୍ତ ବର୍ମା, ସୁନ୍ଦରଗଡ(ବଣାଇ)- ଅନୀଲ ବାର୍ଲା, ସୁନ୍ଦରଗଡ଼ (ପାନପୋଷ)- ଲତିକା ପଟ୍ଟନାୟକ, ସୁନ୍ଦରଗଡ଼- ବିଧାୟକ ଭବାନୀ ଭୋଇ, ଝାରସୁଗୁଡ଼ା- ମଙ୍ଗଳ ସାହୁ, ଦେବଗଡ଼- ମୀନ କେତନ ପ୍ରଧାନ, ସମ୍ବଲପୁର- ଗିରିଶ ପଟେଲ, ବରଗଡ଼- ଅଶ୍ୱନୀ ଷଡ଼ଙ୍ଗୀ, ବୌଦ୍ଧ- ବିପ୍ର ଚରଣ ମହାନ୍ତି, ସୁବର୍ଣ୍ଣପୁର- ପ୍ରମୋଦ ମହାପାତ୍ର, ବଲାଙ୍ଗୀର- ଶିବାଜୀ ମହାନ୍ତି, ନୂଆପଡ଼ା- ସୁବ୍ରତ ଠାକୁର, କନ୍ଧମାଳ- ଜଗନ୍ନାଥ ସାହୁ, ନବରଙ୍ଗପୁର- ଜଗଦୀଶ ବିଶୋଇ, କୋରାପୁଟ- ସୁମନ୍ତ ପ୍ରଧାନ, ମାଲକାନଗିରି- ବିଧାୟକ ଆଦିତ୍ୟ ମାଢ଼ୀ, ରାୟଗଡ଼ା- ଶିବ ପଟ୍ଟନାୟକ, ଗଜପତି- ବିଧାୟକ କେ. ନାରାୟଣ ରାଓ, ଗଞ୍ଜାମ-ବିଭୂତି ଜେନା, ଗୁମୁସର- ଗୋକୁଳାନନ୍ଦ ମଲ୍ଲିକ, ନୟାଗଡ଼-ଲାଲା ମନୋଜ ରାୟ, ଖୋର୍ଦ୍ଧା- ରଶ୍ମିରଞ୍ଜନ ମହାପାତ୍ର, ପୁରୀ- ଆଶ୍ରିତ ପଟ୍ଟନାୟକ ବୋଲି ଶ୍ରୀ ରାୟ ସୂଚନା ଦେଇଛନ୍ତି।