ଯାଜପୁର :(ଆନନ୍ଦ ଚନ୍ଦ୍ର ସାହୁ)ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ଅବସରରେ ଯାଜପୁର ଉକ୍ରଳ ମଣ୍ଡପ ପରିସରରେ କମଳାକାନ୍ତ ମିଶ୍ର ପାଂଉଣ୍ଡେସନ ପକ୍ଷରୁ ଦୁଃଖି ଦରିଦ୍ର ମାନଙ୍କୁ କମ୍ବଳ ବଂଟନ କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ବିଜେପି ନେତା ଗୌତମ ରାୟ ମୁଖ୍ୟ ଅତିଥି ଏବଂ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଭୂପତି ଭୂଷଣ ମିଶ୍ର ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ସ୍ୱର୍ଗତ ବାଜପେୟୀଙ୍କ ଜୀବନାଦର୍ଶ ସଂପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା ।