Breaking News
9:17 pmତିଗିରିଆ: ତିଗିରିଆ ତହସିଲ ଅନ୍ତର୍ଗତ କୋଇଲିକନ୍ୟା ଗ୍ରାମର ଅଖା ବ୍ୟବସାୟୀ ପ୍ରହଲ୍ଲାଦ ମନ୍ତ୍ରୀଙ୍କ ଗୋଦାମ ଗୃହରେ ଅଗ୍ନିକାଣ୍ଡ 9:15 pmମାଲକାନଗିରି: ଜିଲ୍ଲାର ପଡ଼ିଆ ବ୍ଲକ ଅନ୍ତର୍ଗତ ଏମଭି ୫୬ ଗ୍ରାମରେ ଥିବା ଏକ ଶ୍ରମିକ କ୍ୟାମ୍ପରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଚଢ଼ଉ 9:15 pmମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲ୍ଲାରେ ଜଣେ ମାଓବାଦୀକୁ ପୁଲିସ ଗିରଫ କରିଛି। ତାଠାରୁ ବହୁ ବିସ୍ଫୋରକ ସାମଗ୍ରୀ ଜବତ 9:14 pmବିବାଦ ଭିତରେ ଅକ୍ଟୋବର ୫ ତାରିଖରେ କରାଯିବ ମହାପ୍ରଭୁଙ୍କ ବନକଲାଗି ନୀତି। ସୂଚନା ଦେଲେ ଦତ୍ତ ମହାପାତ୍ର ଓ ମୁଦୁଲି ନିଯୋଗର କର୍ତ୍ତୃପକ୍ଷ । ଏକ ମାସ ଧରି ବନ୍ଦ ରହିଛି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର 10:21 amସିସୋର ଚିଟଫଣ୍ଡ ମାମଲା: ପ୍ରଭାତ ବିଶ୍ବାଳ ଓ ତାଙ୍କ ପତ୍ନୀଙ୍କ ନାମରେ ହେଲା ଚାର୍ଜ ଫ୍ରେମ

ଅମର ରହିବେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର,ତାଙ୍କରି ଆଖିରେ ଦୁନିଆ ଦେଖିପାରିବେ ଆଉ ଜଣେ ବ୍ୟକ୍ତି

34 0

ଭୁବନେଶ୍ବର: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କୁ ଜଣେ ଦକ୍ଷ ପ୍ରଶାସକ ଓ ସଂଗଠକ ଭାବେ ବର୍ଣ୍ଣନା କରିଛନ୍ତି। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବରେ ସେ ରାଜ୍ୟର ଉନ୍ନୟନ ପ୍ରକ୍ରିୟାକୁ କ୍ରିୟାଶୀଳ କରିଥିଲେ।ଗତକାଲି ଘରୋଇ ହସ୍ପିଟାଲରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ ଘଟିଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ଗଞ୍ଜାମ ଦିଗପହଣ୍ଡିର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟ ମଧ୍ୟ କରିଥିଲେ  । ୧୯୭୭ରେ ରାଜନୈତିକ ଜୀବନ ଆରମ୍ଭ କରି ଜଣେ ସଫଳ ରାଜନେତା ଭାବେ ଓଡ଼ିଶା ରଜନୀତିରେ ଛାପ ଛାଡ଼ି ଯାଇଛନ୍ତି । ବ୍ରହ୍ମପୁର ମୁନିସିପାଲିଟିର କାଉନସିଲ ଭାବେ ରାଜନୀତିରେ ପ୍ରବେଶ କରିଥିଲେ । ସୂର୍ଯ୍ୟ ପାତ୍ର ଥରେ ବାଚସ୍ପତି, ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ  ।ଏହା ପରେ ତାଙ୍କର ଶେଷ ଇଚ୍ଛା ଓ ପରିବାର ଲୋକଙ୍କ ସହମତିରେ ସୂର୍ଯ୍ୟ ପାତ୍ରଙ୍କ ଚକ୍ଷୁ ଦାନ କରାଯାଇଛି । ତାଙ୍କରି ଆଖିରେ ଦୁନିଆ ଦେଖିପାରିବେ ଆଉ ଜଣେ ବ୍ୟକ୍ତି ।

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗ ପରେ ଏକ ଡାକ୍ତରୀ ଟିମ୍ ତାଙ୍କ ଚକ୍ଷୁକୁ ମାତ୍ର ୧୦ ମିନିଟ୍ ଭିତରେ ସୁରକ୍ଷିତ ଭାବେ ବାହାର କରିଥିଲେ । ଏହାପରେ ଚକ୍ଷୁର ମାନ ପରୀକ୍ଷା ସହ ରକ୍ତ ନମୂନା ପରୀକ୍ଷା କରାଯାଇ ଚକ୍ଷୁ ପ୍ରତିରୋପଣ କରାଯିବ । ପୂର୍ବରୁ ସୂର୍ଯ୍ୟ ପାତ୍ରଙ୍କ ମାଆଙ୍କ ବିୟୋଗ ପରେ ଚକ୍ଷୁ ଦାନ କରାଯାଇଥିଲା ।ସେ ଜଣେ ଶାନ୍ତ ସରଳ ବ୍ୟକ୍ତି ହୋଇ ଥିବା ବେଳେ ଜଣେ ସ୍ୱାଧୀନତା ସଂଗ୍ରାମୀଙ୍କ ପୁଅ ହୋଇ ସେ ଦଳୀୟ ସଂଗଠନକୁ ମଜବୁତ କରିଥିଲେ। ସେ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

Related Post

ବରୀ ରାଜନୀତି ସରଗରମ,୧୨ ତାରିଖରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଙ୍କ ବରୀ ଗସ୍ତ

Posted by - January 7, 2019 0
ଯାଜପୁର :ଆସନ୍ତା ୧୨ ତାରିଖରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବରୀ ଗସ୍ତରେ ଆସୁଛନ୍ତି। ଏହାକୁ ନେଇ କଂଗ୍ରେସ ଶିବିର ବେଶ୍‌ ଉତ୍ସାହିତ। କଂଗ୍ରେସ ଯୁବନେତା ଉମେଶ…

ଦଳୀୟ କର୍ମୀଙ୍କୁ କଡ଼ା କଥା କହୁଥିବା ଅପରାଜିତା ଷଡଙ୍ଗୀ ଙ୍କ ଭିଡିଓ ଭାଇରାଲ

Posted by - December 19, 2018 0
ଭିଡ଼ିଓଟି କିଏ କେଉଁଠି ଉଠାଯାଇଛି ତାହା ଜଣାପଡ଼ୁ ନ ଥିଲେ ମଧ୍ୟ ସମ୍ଭବତଃ ଏହା ଖୋର୍ଦ୍ଧା ଅଞ୍ଚଳର ବୋଲି ସନ୍ଦେହ କରାଯାଉଛି। ଏଥିରେ ଦଳୀୟ କର୍ମୀମାନଙ୍କୁ ଭାଷଣ…