ଭୁବନେଶ୍ୱର: ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୯ଟି ଲୋକସଭା ଆସନ ପାଇଁ ନାମ ଘୋଷଣା କରାଯାଇଛି । ଭୁବନେଶ୍ୱର ଲୋକସଭା ଆସନରୁ ମନ୍ମଥ ରାଉତରାୟ ପ୍ରାର୍ଥୀ ହୋଇଛନ୍ତି ।

ଏଠାରେ ବିଜେପିରୁ ଅପରାଜିତା ଷଡଙ୍ଗୀ ପ୍ରାର୍ଥୀ ହୋଇଛନ୍ତି । ସେହିପରି ମୟୁରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି, ସୁନ୍ଦରଗଡରୁ ଶ୍ରୀ ଦୀଲିପ ତିର୍କୀ, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁରରୁ ପ୍ରଦୀପ ମାଝି, ଆସିକାରୁ ରଞ୍ଜିତା ସାହୁ, କଳାହାଣ୍ଡିରୁ ଲମ୍ବୋଧର ନିଆଲ ଏବଂ କୋରାପୁଟରୁ କୌଶଲ୍ୟା ହିକକା ଟିକେଟ ଦେଇଛି ବିଜେଡି ।

ବିଜେଡିର ପ୍ରାର୍ଥୀ ତାଲିକା ଦେଖିବାକୁ ଗଲେ କଳାହାଣ୍ଡିରୁ ଲମ୍ବୋଦର ନିଆଲ ପ୍ରାର୍ଥୀ ହୋଇଥିବା ବେଳେ ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡରୁ ଦିଲୀପ ତିର୍କି, ମୟୂରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡାରୁ ଅଂଶୁମାନ ମହାନ୍ତି,  ନବରଙ୍ଗପୁରରୁ ପ୍ରଦୀପ ମାଝି, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶ୍ୟ ହିକାକା ଏବଂ ଆସ୍କାରୁ ରଂଜିତା ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି।

ତେବେ  ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଥିବା ବେଳେ ଏପ୍ରିଲ ୧୯ରୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ସାତଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ସହ ଜୁନ୍ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ। ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୯ରେ ହେବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ମେ ୭, ଚତୁର୍ଥ ପର୍ଯ୍ୟାୟ ମେ ୧୩, ପଞ୍ଚମ ପର୍ଯ୍ୟାୟ ମେ ୨୦, ଷଷ୍ଠ ପର୍ଯ୍ୟାୟ ମେ ୨୫ ଓ ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟ ପାଇଁ ଜୁନ୍ ୧ରେ ମତଦାନ ହେବ।