ହରଭଙ୍ଗା(ଚିତ୍ତରଞ୍ଜନସିଂ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିଦେଶୀ ମଦ ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣାପଡ଼ିଛି l ସୂଚନା ଅନୁସାରେ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକଙ୍କ ନେତୃତ୍ୱରେ ଏକ ଟିମ୍ ଘଣ୍ଟାପଡ଼ା ଗ୍ରାମସ୍ଥିତ ମାର୍କେଟ ଛକରେ ଚଢାଉ କରି ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଥିବା ବେଳେ ଘଟଣାରେ ଜଣକୁ ଗିରଫ କରାଯାଇଛି l

ଜବତ ବିଦେଶୀ ମଦର ପରିମାଣ ୧୨୪.୮୦୦ ଲିଟର ହୋଇଥିବା ବେଳେ ଗିରଫ ଅଭିଯୁକ୍ତ ଜଣକ ହେଲେ ଦେବାଶିଷ ଦାଶ(୨୩) ବୋଲି ଅବକାରୀ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି l ଏସଂକ୍ରାନ୍ତରେ ୧୮/୨୪-୨୫ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ଦେବାଶିଷକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ନେଇ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲିକ ସୂଚନା ଦେଇଛନ୍ତି l