
ଭୁବନେଶ୍ବର: ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ ପରେ ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଭୁବନେଶ୍ବର ଏମ୍ସ କର୍ତ୍ତୃପକ୍ଷ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ମୃତ (କ୍ଲିନିକାଲ୍ ଡେଥ୍) ଘୋଷଣା କରିଛନ୍ତି। ପୀଡ଼ିତାଙ୍କ ପାର୍ଥିବ ଶରୀର ତାଙ୍କ ଜନ୍ମମାଟି ଅଭିମୁଖେ ଭୁବନେଶ୍ବରରୁ ବାହାରିଛି। ତାଙ୍କର ପାର୍ଥିବ ଶରୀର ଜନ୍ମମାଟିରେ ପହଞ୍ଚି ବାଲେଶ୍ବର ଭୋଗରାଇ ବ୍ଲକରେ ଥିବା ଗାଁ ମଶାଣିରେ ପୀଡିତାଙ୍କ ଅନ୍ତିମ ସଂସ୍କାର କରାଯିବ। ପୀଡିତାଙ୍କ ପାର୍ଥିବ ଶରୀର ଗାଁରେ ପହଞ୍ଚିବା ପୂର୍ବରୁ ପରିବାରରେ କାନ୍ଦବୋବାଳି ଦେଖାଯାଇଛି। ପୀଡିତାଙ୍କ ଗାଁ ସ୍ତବ୍ଧ ହୋଇପଡ଼ିଛି। ଏହି ଘଟଣା ନେଇ ପୂରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି।