ପୁରୀ ୧୭ /୦୭ (ମନୋଜ କୁମାର ବଳିଆରସିଂ)ଅଖିଳ ଭାରତୀୟ କଂଗ୍ରେସ କମିଟିର ତତ୍ତ୍ବାବଧାନରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ସାରା ରାଜ୍ୟରେ ଆନ୍ଦୋଳନ ଓ ରାସ୍ତାରୋକ ସତ୍ୟବାଦୀ ବ୍ଲକ୍ ନିକଟସ୍ଥ ବ୍ଲକ୍ ଛକ ନିକଟରେ ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଅପରାହ୍ନ ୩ ଘଟିକା ପର୍ଯ୍ୟନ୍ତ ଜାରି ଥିଲା।

ଏହା ସହିତ ସତ୍ୟବାଦୀ ର ମୂଖ୍ୟ ରାସ୍ତା ଭୁବନେଶ୍ଵର ପୁରୀ ଜାତୀୟ ରାଜପଥ ୩୧୬ କୁ ବ୍ଲକ୍ ଛକ ନିକଟରେ ଅବରୋଧ କରିବା ସହ ଶାନ୍ତି ପୂର୍ଣ୍ଣ ଭାବରେ ଆନ୍ଦୋଳନ କରିବା ସହ ସତ୍ୟବାଦୀ ଅଞ୍ଚଳର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ବ୍ୟବସାୟୀକ ଅନୁଷ୍ଠାନ ମାନ ଙ୍କ ଦୋକାନ କୁ ବନ୍ଦ ମଧ୍ୟ କରିଥିଲେ ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ଠପ୍ ହୋଇଯାଇଥିଲା। ପୁରୀ ଆସୁଥିବା ଯାତ୍ରୀ ଙ୍କ ସହ ଅନେକ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀ ଓ ସାଧାରଣ ଜନତା ନାହିଁ ନଥିବାର ଅସୁବିଧାର ସମ୍ମୁଖିନ ହୋଇଥିଲେ। । ବାଲେଶ୍ବର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଗତ ୧୨ ତାରିଖ ଦିନ ଜଣେ ଆତ୍ମାହୁତି ଦେବା ଏବଂ ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର-ମଙ୍ଗଳବାର ରାତିରେ ମୃତ୍ୟୁ ଘଟଣାକୁ କେନ୍ଦ୍ର କରି ସତ୍ୟବାଦୀ କଂଗ୍ରେସ କମିଟି ସଭାପତି ସୁବାସ ମହାପାତ୍ର ଙ୍କ ନେତୃତ୍ବରେ ଆନ୍ଦୋଳନକୁ ସଫଳ କରିଛନ୍ତି।

ସତ୍ୟବାଦୀ କଂଗ୍ରେସ ର କର୍ମୀମାନେ ନ୍ୟାୟ ଦାବିରେ ଅଖ, ଚଖ ବନ୍ଦ ରଖିବାକୁ ଜୋରଦାର ଉଦ୍ୟମ ଜାରି ରଖିଥିଲେ। କଂଗ୍ରେସ ପକ୍ଷରୁ ଜୁଲାଇ ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ବନ୍ଦ ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ସବୁ ଜିଲ୍ଲାପାଳମାନଙ୍କୁ ଚିଠି କରଯାଇଥିଲା। ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଥିଲା କଂଗ୍ରେସ। ଅନ୍ୟପଟେ ଜରୁରୀକାଳୀନ ସେବା ପ୍ରଭାବିତ କିପରୀ ନ ହେବ ସେ ଦିଗରେ ଗୁରୁତ୍ୱ ଦିଆଯାଇଥିଲା। ଓଡ଼ିଶା
ବନ୍ଦ ଡାକରା କୁ କଂଗ୍ରେସ ସମେତ ସମସ୍ତ ବାମପନ୍ଥୀ ଦଳ ସିପିଆଇ, ସିପିଆଇ(ଏମ୍‌), ସିପିଆଇ(ଏମ୍ଏଲ), ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍, ଏନ୍‌ସିପି, ଓ ଆର୍‌ଜେଡି ଦଳ ସମର୍ଥନ ଜଣାଇଛନ୍ତି। ବନ୍ଦ ଯୋଗୁଁ ଗୁରୁବାର ସତ୍ୟବାଦୀ ରେ ଶିକ୍ଷାନୁଷ୍ଠାନ, ପେଟ୍ରୋଲ୍‌ ପମ୍ପ ଓ ଦୋକାନ ବଜାର ବନ୍ଦ ରହିଥିଲା
ସୂଚନାଯୋଗ୍ୟ, ବାଲେଶ୍ବରର କଲେଜ ଛାତ୍ରୀ ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା।

ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ଶତ ଚେଷ୍ଟା ପରେ ମଧ୍ୟ ସେ ଆଖି ବୁଜିଥିଲେ।

ବାଲେଶ୍ବର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଥିବା ତାଙ୍କ ଜନ୍ମମାଟିରେ ମଙ୍ଗଳବାର ପୂର୍ବାହ୍‌ଣରେ ଅନ୍ତିମ ସଂସ୍କାର କରାଯାଇଥିଲା ସତ୍ୟବାଦୀ ର ବ୍ଲକ୍ ଛକ ନିକଟରେ କଂଗ୍ରେସକର୍ମୀମାନେ ପିକେଟିଂ କରିବା ସହିତ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି।ଛାତ୍ରୀଙ୍କୁ ନ୍ୟାୟ ଦେବା ଦାବି କରି କଂଗ୍ରେସ ନେତୃତ୍ବରେ ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ୍ ସହିତ ଅନ୍ୟାନ୍ୟ ବିରୋଧୀ ଦଳଗୁଡ଼ିକ ସହିତ ଓଡ଼ିଶା ବନ୍ଦ ପାଳନ କରୁଛନ୍ତି। ନାରୀଙ୍କୁ ନ୍ୟାୟ ଦିଅ ନହେଲେ ଗାଦି ଛାଡ଼ ବୋଲି ବିରୋଧୀ ଦାବି କରିଛନ୍ତି।ରାଜ୍ୟ ସରକାରଙ୍କ ବିରୋଧରେ ସିପିଆଇ(ଏମ୍ଏଲ୍) ଲିବରେସନ ଏବଂ ସିପିଆଇଏମର କର୍ମୀମାନେ ଭୁବନେଶ୍ୱରରେ ମଧ୍ୟ ପ୍ରତିବାଦ କରିଛନ୍ତି।