
ଧର୍ମଗଡ଼ ଛ ୨୨/୭(ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଠାରେ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ଙ୍କ ନୂତନ କାର୍ଯ୍ୟାଳୟ ଓ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ ଯୋଗ ଦେଇ ନୂତନ କାର୍ଯ୍ୟାଳୟ ଶୁଭ ଉଦଘାଟନ ସହ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଯୋଗ ଦେଇ ଥିଲେ ।
ଅନ୍ୟ ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବରେ ଭାରପ୍ରାପ୍ତ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅଜୟ କୁମାର ତିର୍କି କଳାହାଣ୍ଡି ଉଦ୍ୟମ କୃଷି ନିର୍ଦ୍ଦେଶକ ଶ୍ରୀଯୁକ୍ତ ଵିଷ୍ଟୁ ପ୍ରସାଦ ସିଂହ ସହକାରୀ କୃଷି ଯନ୍ତ୍ରୀ ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ମନୋଜ କୁମାର ହୋତା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବଵିତା ପାଟ୍ଟଯୋଷୀ ବିଜ୍ଞାପିତ ପରିଷଦ ଅଧ୍ୟକ୍ଷ ଶ୍ରୀ ଯୁକ୍ତ ଅଶୋକ କୁମାର ମହାନ୍ତି ଯୋଗ ଦେଇ ଥିଲେ।