
ନବରଙ୍ଗପୁର ୩.୦୮.୨୦୨୫ : ଓଡ଼ିଶା ରାଜସ୍ୱ ଅମଲା ସଂଘର ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ଅନୁସାରେ ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲାମାନଙ୍କର ୯ ଦଫା ଦାବି ପୂରଣ କରିବାରେ ରାଜ୍ୟ ସରକାରଙ୍କର ଆହେତୁକ ବିଳମ୍ବ ହେତୁ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତ୍ତି ଅନୁସାରେ ରାଜ୍ୟ ର ସମସ୍ତ ୨୧ ଗୋଟି ମାନ୍ୟବର ସାଂସଦ ଏବଂ ୧୪୭ ଗୋଟି ମାନ୍ୟବର ବିଧାୟକ ମାନଙ୍କୁ ଦାବି ଗୁଡିକ ବିଷୟରେ ଅବଗତ କରାଇବା ଏବଂ ସରକାରଙ୍କ ପାଖରେ ଏହି ଦାବିଗୁଡିକୁ ପହଞ୍ଚାଇବା ସକାଶେ ନିଷ୍ପତି ନିଆଯାଇଥିଲା | ଏହି ପରିପ୍ରେକ୍ଷୀରେ, ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା, ନବରଙ୍ଗପୁର ସଭାପତି ଆଶୁତୋଷ ମହାନ୍ତିଙ୍କ ନେତୃତ୍ଵରେ ଦଶଦଫା ଦାବି ସମ୍ବଳିତ ଦାବି ପତ୍ର ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ର ମାନ୍ୟବର ବିଧାୟକ ଗୌରୀ ଶଙ୍କର ମାଝୀ ଙ୍କୁ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଥିଲା I ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା |
ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମଶିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ସତ ପ୍ରତିଶତ ପଦୋନ୍ନତି ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ |
ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି l ଏହି ପରିପ୍ରେକ୍ଷୀରେ, ରାଜ୍ୟ ସରକାର ଆଗାମୀ ୧୦ ଅଗଷ୍ଟ ୨୦୨୫ ତାରିଖ ମଧ୍ୟରେ ଉପୋରକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ରାଜ୍ୟ ସଂଘ ର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଅଗଷ୍ଟ ୧୧ ତାରିଖ ଠାରୁ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସଭାପତି ଆଶୁତୋଷ ମହାନ୍ତି, ସମ୍ପାଦକ ମୈଥିଲୀ ପଟନାୟକ ପ୍ରକାଶ କରିଥିଲେ | ଏହି ଅବସରରେ ରାଜ୍ୟ ସଭାପତି ତ୍ରିପତି ବାଲାଜି ସାହୁ, ଖଣ୍ଡୀୟ ଉପସଭାପତି କୈଲାଶ ଚନ୍ଦ୍ର ଦାଶ,ନିତେଶ ରଥ, ବୈକୁଣ୍ଠନାଥ ନାୟକ, ପଦଲାମ ଭତ୍ରା , ସୌରଭ ଦାସ, ଧନୁର୍ଯୟ ମାଝୀ ସାଗର ଚୌଧୁରୀ, ସତ୍ୟ ନାରାୟଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ |