ହରଭଙ୍ଗା : ( ଚିତ୍ତରଞ୍ଜନ ସିଂ) ହରଭଙ୍ଗା ବ୍ଲକ୍ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟ ପୁରୁଣାକଟକ ଠାରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା ଆନୁକୁଲ୍ୟରେ ରେ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ଼ଃ ରମେଶ ଚନ୍ଦ୍ର ତରେଣିଆ ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ।

ଏବଂ ନୋଡାଲ ଅଫିସର ସୁଭ୍ରମଳିକା ପ୍ରଧାନ ପରିଚାଳନା କରିଥିଲେ। ଅଧ୍ୟାପକ ପ୍ରମୋଦ କୁମାର ମହାପାତ୍ର, ଅଧ୍ୟାପିକା ପୁଜାରାଣି ଦେଓ, ଦମୟନ୍ତୀ ନାୟକ ପ୍ରମୁଖ ସହଯୋଗ କରିଥିଲେ।

ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଓ ଜଗନ୍ନାଥ ସଂସ୍କୃତି ପୂଜା ପାଠ ଉପରେ ଉକ୍ତ ପ୍ରତିଯୋଗିତା ଗୁଡ଼ିକ ଆୟୋଜିତ ହୋଇଥିଲା ଓ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ କବିତା ଲେଖନ, ପ୍ରବନ୍ଧ ଲିଖନ ଓ କ୍ଷୁଦ୍ର ଗଳ୍ପ ଲିଖନ ପ୍ରତିଯୋଗିତା ହୋଇଥିଲା। ମହାବିଦ୍ୟାଳୟ ର ସମସ୍ତ କର୍ମଚାରୀ ଉକ୍ତ କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ ଏବଂ ଆସନ୍ତା ୨୫  ତାରିଖ ପର୍ଯ୍ୟନ୍ତ ଚାଲିବା ନେଇ ମହାବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି।