ହରଭଙ୍ଗା: (ଚିତ୍ତରଞ୍ଜନସିଂ) :ସୋମବାର ବୌଦ୍ଧ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଘଣ୍ଟାପଡ଼ା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି |

ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଘଣ୍ଟାପଡ଼ା ଥାନା ଏସ ଆଇ ବିଶ୍ଵାମିତ୍ର ଲୋଇଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍ ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ତେନ୍ତୁଳିମୁଣ୍ଡା ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଚଢ଼ାଉ କରି ବେଆଇନ ଭାବରେ ଚାଷ ହୋଇଥିବା ହଜାର ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରିଛି |

ଉକ୍ତ ଜଙ୍ଗଲର ୭ଏକର ପରିମିତ ଜାଗାରେ ବେଆଇନ ଭାବରେ ଚାଷ ହୋଇଥିବା ଖବର ପାଇ ଆଜି ପୋଲିସ ସେଠାରେ ପହଞ୍ଚି ୧୦ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ସଂପୂର୍ଣ୍ଣ ନଷ୍ଟ କରିଦେଇଛି | ନଷ୍ଟ ଗଞ୍ଜେଇ ଗଛର ଆନୁମାନିକ ବଜାର ମୂଲ୍ୟ ୬୦ଲକ୍ଷ ଟଙ୍କା ହେବ ବୋଲି ଥାନାଧିକାରୀ ବଳଭଦ୍ର ଗଣ୍ଡା ସୂଚନା ଦେଇଛନ୍ତି। ଏ ସଂକ୍ରାନ୍ତରେ ଘଣ୍ଟାପଡ଼ା ଥାନାରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି |