ସୁବର୍ଣ୍ଣପୁର:  (ଅଜିତ କୁମାର ପୁଜାହାରୀ)ରାଜ୍ୟ ସରକାରଙ୍କ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ରୁ ଜିଲ୍ଲାର ୬୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ତୀର୍ଥ ଯାତ୍ରୀକୁ ଜିଲ୍ଲାପାଳ ଅନ୍ୟା ଦାଶ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିବା ସହ ସଫଳ ଯାତ୍ରା ନିମନ୍ତେ ଶୁଭକାମନା କରିଛନ୍ତି l

ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ସୋନପୁର ପୌରପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାୟକ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମେତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ, ଜିଲ୍ଲା ସ୍ତରୀୟ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହି ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ସଫଳ ତୀର୍ଥ ଭ୍ରମଣ ପୂର୍ବକ ଅପୂର୍ବ ଦିବ୍ୟ ଦର୍ଶନର ଅନୁଭବ ନିମନ୍ତେ ଶୁଭ କାମନା କରି ଉତ୍ସାହିତ କରିଥିଲେ l

ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ବରିଷ୍ଠ ରାଜସ୍ବ ସହାୟକ ସହଦେଵ ମେହେର ଓ କପିଳ ତ୍ରିପାଠୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାରୁ ବରିଷ୍ଠ ତୀର୍ଥ ଯାତ୍ରୀ ଙ୍କୁ ନେଇ ବାହାରିଥିବା ଏହି ବସ ଆଜି ସନ୍ଧ୍ୟା ରେ ସମ୍ବଲପୁର ପର୍ଶୁରାମ ଭବନରେ ପହଂଚି ରାତ୍ରୀ ରହଣି କରିବ l ଆସନ୍ତା କାଲି ସକାଳ ୧୧ ଘଣ୍ଟା ୧୫ ମି ରେ ସରକାରଙ୍କ ଦ୍ୱାରା ବ୍ୟବସ୍ଥିତ ସ୍ୱତନ୍ତ୍ର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ସୁବର୍ଣ୍ଣପୁର ଜିଲ୍ଲାର ୪0 ଜଣ ପୁରୁଷ ଓ ୨୨ ଜଣ ମହିଳା ବରିଷ୍ଠ ତୀର୍ଥ ଯାତ୍ରୀ ଙ୍କ ସହ ପଡୋଶୀ ୮ ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଙ୍କୁ ନେଇ ଅଜମେର ଓ ପୁଷ୍କର ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି l